Masthead

ଆଜି ଓଡ଼ିଶା ଆସିବେ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଭବାନୀପାଟଣା ଓ ରାୟଗଡ଼ାରେ ନିର୍ବାଚନୀ ପ୍ରଚାର । ଦିନ ୧୨ଟା ୪୦ରେ ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୋଲିସ ଗ୍ରାଉଣ୍ଡରେ ପହଞ୍ଚିବେ। ଦିନ ଗୋଟାଏରେ ସ୍ଥାନୀୟ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ, କଳାହାଣ୍ଡି ବିଜେପି ଏମ୍‌ପି ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀ ମାନେ ଯୋଗଦେବେ। ଏହାପରେ ଅପରାହ୍ନ ୨ଟା ୪୦ରେ ଭବାନୀପାଟଣାର କାର୍ଯକ୍ରମ ସାରି ରାୟଗଡ଼ା ଅଭିମୁଖେ ଯାତ୍ରା କରିବେ ରାଜନାଥ।

ଅପରାହ୍ଣ ୩ଟା ୧୦ରେ ରାୟଗଡ଼ା ସହର ବାରିଝୋଲା ରୋଡ୍ IACR ଗ୍ରାଉଣ୍ଡରେ ଜନସଭାକୁ ସମ୍ବୋଧିତ କରିବେ ରାଜନାଥ। ସେଠାରେ ସେ ପ୍ରାୟ ୧ ଘଣ୍ଟା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ରାଜନାଥଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ବିଜେପି ଶିବିରରେ ଉତ୍ସାହ ଖେଳିଯାଇଥିବା ବେଳେ, ସଭାର ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ପ୍ରତିରକ୍ଷା ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜିଠାରୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ। ଆଜି କୋରାପୁଟ ଜିଲ୍ଲାର ୩ଟି ସ୍ଥାନରେ ସଭା କରି  ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ। ଏହାପରେ ଆସନ୍ତାକାଲି ନବରଙ୍ଗପୁରରେ ବି ୩ ସଭା କରିବେ ବିଷ୍ଣୁଦେଓ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ