Masthead

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି । ତେବେ ବନକଲାଗି ନୀତି ସରିବା ପରେ ଅନବସର ପିଣ୍ଡିରେ ଅନବସର ନୀତି ସହ ଜଡିତ କେତକ ଆନୁସଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦିତ ହେବ। ଯେଉଁଥିରେ ଅନବସର ପିଣ୍ଡି ନିକଟରେ କାନ୍ଥ ଓ ଚଟାଣ ମରାମତି କାର୍ଯ୍ୟ କରାଯିବ । ତେଣୁ ବନକଲାଗି ଓ ଅଣସର ପିଣ୍ଡି ନିକଟରେ ମରାମତି ପାଇଁ ୬ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ।

ବିଧି ଅନୁଯାୟୀ ଶ୍ରୀମନ୍ଦିରରେ ନୀତି ବଢ଼ି ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ବା ଗୁପ୍ତ ନୀତି ହୋଇଥିବାରୁ ଏବଂ ଅନବସର ପିଣ୍ଡିରେ କିଛି କାର୍ଯ୍ୟ ଥିବାରୁ ଆଜି ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ୟ୍ୟନ୍ତ ୬ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!