Masthead

ତୃତୀୟ ପର୍ଯ୍ୟାୟରେ ୬୪ ପ୍ରତିଶତ ମତଦାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସରିଲା ତୃତୀୟ ପର୍ଯ୍ୟାୟ ମତଦାନ । ଇଭିଏମରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରହଲ୍ଲାଦ ଯୋଶୀ, ମନସୁଖ ମାଣ୍ଡଭ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ଭଳି ବହୁ ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି ଭୋଟର । ସେହିପରି ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅମିତ ଶାହଙ୍କ ସମେତ ବହୁ ଭିଭିଆଇପି ଭୋଟ ଦେଇଛନ୍ତି । ସନ୍ଧ୍ୟା ୭ଟା ସୁଦ୍ଧା ତୃତୀୟ ପର୍ଯ୍ୟାୟରେ ୯୩ଟି ଆସନରେ ୬୧ ପ୍ରତିଶତ ମତଦାନ ହୋଇଛି। ସବୁଠାରୁ ଅଧିକ ମତଦାନ ଆସାମ ଓ ପଶ୍ଚିମବଙ୍ଗରେ ହୋଇଛି । ଆସାମରେ ୭୫.୦୧ ପ୍ରତିଶତ ମତଦାନ ହୋଇଥିବାବେଳେ ପଶ୍ଚିମବଙ୍ଗରେ ୭୩.୯୩ ପ୍ରତିଶତ ମତଦାନ ହୋଇଛି ।

ବିହାରରେ ୫୬.୫୦ ପ୍ରତିଶତ, ଛତିଶଗଡ଼ରେ ୬୬.୯୪ ପ୍ରତିଶତ, ଗୋଆରେ ୭୪.୦୦ ପ୍ରତିଶତ, ଗୁଜରାଟରେ ୫୬.୧୨ ପ୍ରତିଶତ, କର୍ଣ୍ଣାଟକରେ ୬୬.୭୧ ପ୍ରତିଶତ, ମଧ୍ୟପ୍ରଦେଶରେ ୬୨.୭୧ ପ୍ରତିଶତ, ମହାରାଷ୍ଟ୍ରରେ ୫୩.୯୫ ପ୍ରତିଶତ, ଉତ୍ତରପ୍ରଦେଶରେ ୫୭.୦୩ ପ୍ରତିଶତ । ଦାଦ୍ରା ଓ ନଗର ହାଭେଲି ଏବଂ ଦାମନ ଓ ଦିଉରେ ୬୫.୨୩ ପ୍ରତିଶତ ମତଦାନ ହୋଇଛି। ତୃତୀୟ ପର୍ଯ୍ୟାୟରେ ଯେଉଁ ୯୪ଟି ଆସନରେ ନିର୍ବାଚନ ହୋଇଥିଲା, ସେଥିରେ ବିଜେପିର ସ୍ଥିତି ସୁଦୃଢ଼ ରହିଛି। ଛୋଟ ଛୋଟ ହିଂସାକୁ ଛାଡ଼ିଦେଲେ ୩ୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼