Masthead

ସମୂହ ଛୁଟିରେ କ୍ରିଉ ମେମ୍ବର, ୭୦ରୁ ଅଧିକ ବିମାନର ଉଡ଼ାଣ ବାତିଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସମୂହ ଛୁଟିରେ ଏୟାର ଇଣ୍ଡିଆ ଏକ୍ସପ୍ରେସର ଶତାଧିକ କ୍ରିଉ ମେମ୍ବର । ଅସୁସ୍ଥତା ଦର୍ଶାଇ ସମୂହ ଛୁଟିରେ ଶତାଧିକ କ୍ରିଉ ମେମ୍ବର । କାଲି ରାତିରୁ ଆଜି ସକାଳ ଯାଏଁ ୭୦ରୁ ଅଧିକ ଉଡ଼ାଣ ବାତିଲ୍‌ । ଏୟାର ଇଣ୍ଡିଆ ଏକ୍ସପ୍ରେସର ଘରୋଇ ଓ ଅନ୍ତର୍ଜାତୀୟ ଉଡ଼ାଣ ବାତିଲ୍ । ଗତକାଲି ହଠାତ୍‌ କର୍ମଚାରୀମାନେ ଅସୁସ୍ଥତା ଦର୍ଶାଇ ଛୁଟି ପାଇଁ ଆବେଦନ କରିଥିଲେ। ଏହାପରେ ସମସ୍ତଙ୍କ ମୋବାଇଲ ସୁଇଚ ଅଫ୍‌ ହୋଇ ଯାଇଛି। ସେମାନଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯିବା ସତ୍ତ୍ୱେ ତାହା ସମ୍ଭବ ହୋଇ ପାରୁନି ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି।ଏନେଇ ଏୟାର ଇଣ୍ଡିଆ ପ୍ରବକ୍ତା କହିଛନ୍ତି, ଆମର ଶତାଧିକ କ୍ୟାବିନ କ୍ର୍ୟୁ ମେମ୍ବର ଏକସଙ୍ଗେ ଅସୁସ୍ଥ ହୋଇ ଯାଇଛନ୍ତି।

ଫଳରେ ଅନିଚ୍ଛା ସତ୍ତ୍ୱେ ଆମକୁ ବହୁ ଫ୍ଲାଇଟକୁ ବାତିଲ କରିବା ସହ ବହୁ ଫ୍ଲାଇଟ୍‌କୁ ବିଳମ୍ବରେ ଛାଡ଼ିବାକୁ ପଡ଼ୁଛି। ଏଥିଯୋଗୁ ଆମ ଯାତ୍ରୀମାନେ ବହୁ ହଇରାଣର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଆମ ଟିମ୍‌ ନିରନ୍ତର ରୂପେ କାମ ଚାଲୁ ରଖିଛି। ଏହାସତ୍ତ୍ୱେ ଯାତ୍ରୀଙ୍କ ଅସୁବିଧାକୁ ଦୂର କରିବାକୁ ଯଥାସମ୍ଭବ ଆମେ ଚେଷ୍ଟାରତ ଥିବା ବେଳେ ଏଥିନିମନ୍ତେ ସେମାନଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରୁଛୁ। ଏଥିସହ ଉଡ଼ାଣ ବାତିଲ ହୋଇଥିବା ଫ୍ଲାଇଟର ଯାତ୍ରୀମାନଙ୍କୁ ସେମାନଙ୍କ ଟଙ୍କା ସମ୍ପୂର୍ଣ୍ଣ ରୂପେ ଫେରାଯିବ । ନଚେତ ସେମାନେ ଚାହିଁଲେ ତାହାକୁ ଅନ୍ୟ ତାରିଖକୁ ଘୁଞ୍ଚାଇ ଦିଆଯିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ