Masthead

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ରୀୟ ବିଜେପି ନେତାଙ୍କ ଘନ ଘନ ଓଡ଼ିଶା ଗସ୍ତ । ଆଜି ପ୍ରଚାର ପାଇଁ ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ପରେ ସେ ପ୍ରଚାର ଅଭିଯାନ ଆରମ୍ଭ କରିବେ । କୃଷ୍ଣପ୍ରସାଦ ବ୍କକରେ ବିରାଟ ସମାବେଶକୁ ସେ ସମ୍ବୋଧନ କରିବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ସୂଚନା ଅନୁସାରେ ମଧ୍ୟାହ୍ନ ୧୨ଟା ୧୦ ମିନିଟରେ ଗଡକରୀ ଭୁବନେଶ୍ୱର ବିମାନ ବନ୍ଦର ପହଞ୍ଚିବେ । ଏହାପରେ ସ୍ୱତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଯାଇ ପୁରୀ ତାଳବଣିଆ ହେଲିପ୍ୟାଡରେ ମଧ୍ୟହ୍ନ ୧୨ଟା ୩୫ ମିନିଟରେ ପହଞ୍ଚିବେ ।

ପୁରୀରେ ପହଞ୍ଚିବା ପରେ ପ୍ରଥମେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ମଧ୍ୟାହ୍ନ ୧ଟାରୁ ୧ଟା ୪୫ ମିନିଟ ମଧ୍ୟରେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେବେ । ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବାସଗୃହକୁ ଯିବେ । ଅପରାହ୍ନ ୩ଟା ୩୦ ମିନିଟରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ପ୍ରଚାର ବିରାଟ ସମାବେଶକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଷ୍ଟାର କ୍ୟାମ୍ପେନର ନୀତିନ ଗଡକରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ