ଆସନ୍ତା ୧୨ ଯାଏ ଅଧିକ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରବଳ ତାତିରୁ ମିଳିଛି ଆଶ୍ବସ୍ତି । ରାଜ୍ୟରେ ଆଉ ୩ ଦିନ ପର୍ଯ୍ୟନ୍ତ ତାତି ନାହିଁ । ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ରାଜ୍ୟରେ ଆସନ୍ତା ୧୨ ତାରିଖ ଯାଏ କାଳବୈଶାଖୀ ବର୍ଷା ହେବ । ୧୫ ତାରିଖ ଯାଏ ଉପକୂଳ ଓଡ଼ିଶାରେ ତାତି ରହିବନି । ଆଭ୍ୟନ୍ତରୀଣ ଓଡ଼ିଶାରେ ସାମାନ୍ୟ ରହିପାରେ । ଉତ୍ତର ଓଡ଼ିଶାରେ ୧୨ରୁ ୧୪ ତାରିଖ ଯାଏ କାଳବୈଶାଖୀ ପ୍ରଭାବରୁ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।

ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପାଇଁ ଆଜି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, କୋରାପୁଟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ସେହିଭଳି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ୧୦ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏହି ପ୍ରକାର ସ୍ଥିତି ଲାଗି ରହିବ । ଗତକାଲି ବଲାଙ୍ଗୀର ଓ ନୂଆପଡାରେ ସର୍ବାଧିକ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ