Masthead

ଆଜି ପବିତ୍ର ଅକ୍ଷୟ ତୃତୀୟା, ଅଖିମୁଠି ଅନୁକୂଳ କରିବେ ଚାଷୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ଶୁକ୍ଳ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନକୁ ଔପଚାରିକ ଭାବେ କୃଷକ ଦିବସ ଭାବେ ମଧ୍ୟ ଜଣାଯାଏ । କାରଣ କୃଷକ ଏହି ଦିନର ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ ଦେଇଥାଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ। ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ ।

କେବଳ ସେତିକି ନୁହେଁ ଏହି ଦିନ ଅତ୍ୟନ୍ତ ଶୁଭ ହୋଇ ଥିବାରୁ ଗୃହନିର୍ମାଣ, ନିର୍ବନ୍ଧ, ବିବାହ ଆଦି ଶୁଭକାର୍ଯ୍ୟ ଅନୁଷ୍ଠିତ ହୁଏ ।ରଥନିର୍ମାଣର ଶୁଭାନୁକୂଳ ଏହି ଦିନରେ ହିଁ ହୋଇଥାଏ । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ସେଥିଲାଗି ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାର୍ୟ୍ୟ ଅନୁକୂଳ ହେବ। ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସୋତ୍ରୀୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ବିନିରେ ବିଶ୍ବକର୍ମାମାନେ ୩ଟି ଧଉରା କାଠରେ ରଥ ନିର୍ମାଣର ଶୁଭାରମ୍ଭ କରିବେ। ଏତଦବ୍ୟତୀତ ଏହି ଦିନଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଆଜି ୨୧ ଦିନିଆ ବାହାର ଚନ୍ଦନଯାତ୍ରା ଯିବେ ଠାକୁର। ଏଥିପାଇଁ ଚୂଡାନ୍ତ ପର୍ୟ୍ୟାୟ ପହଞ୍ଚିଛି ପ୍ରସ୍ତୁତି । ନନ୍ଦା ଓ ଭଦ୍ରା ଡଙ୍ଗା ଚାପ ଖେଳିବା ପାଇଁ ପ୍ରସ୍ତୁତ ହୋଇ ରହିଛିନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼