Masthead

ଆଜି ରଥକାଠ ଅନୁକୂଳ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଧି ପରମ୍ପରା ଅନୁଯାୟୀ ଆଜି ରଥନିର୍ମାଣ କାର୍ଯ୍ୟ ଶୁଭ ଅନୁକୂଳ ହେବ। ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ।

ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନିରଥ କାଠକୁ ଚୋଟ ମାରିବା ପରେ ବିଶ୍ୱକର୍ମାମାନେ ରଥକାର୍ଯ୍ୟରେ ନିୟୋଜିତ ହେବେ। ସେପଟେ ଆଜି ରଥନିର୍ମାଣର ମୁଖ୍ୟ ବିଶ୍ୱକର୍ମା ମାନଙ୍କ ମୁଣ୍ଡରେ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।  ଏଥି ସହ ଆଜିଠାରୁ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେଉଥିବା ବେଳେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଅଛି।

ବଡି ଭୋର ୩ଟା୪୫ରେ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇଥିବା ବେଳେ ଶ୍ରୀଜୀଉମାନଙ୍କ ନୀତି ଆରମ୍ଭ ହୋଇଅଛି। ଅପରାହ୍ନରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ ବିଜେ କରିବା ସହ ରଥ ନିର୍ମାଣ ଅନୁକୂଳ ନୀତି ସମ୍ପନ ହେବ। ସେହିପରି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଏବଂ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ।ନନ୍ଦା ଓ ଭଦ୍ରା ନୌକରେ ବିଜେ କରି ଜଳକ୍ରୀଡ଼ା କରିବା ସହ ସ୍ୱତନ୍ତ୍ର ମାଣ୍ଡୁଅ ଭୋଗ ଲାଗି କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି