Masthead

ଆଜି ରଥକାଠ ଅନୁକୂଳ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଧି ପରମ୍ପରା ଅନୁଯାୟୀ ଆଜି ରଥନିର୍ମାଣ କାର୍ଯ୍ୟ ଶୁଭ ଅନୁକୂଳ ହେବ। ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଦେଉଳ ପୁରୋହିତ, ଶ୍ରୀନଅର ରାଜଗୁରୁ, ଶୋସ୍ତ୍ରୀୟ ବ୍ରାହ୍ମଣମାନେ ସ୍ବତନ୍ତ୍ର ଭାବେ ନିର୍ମିତ ଯଜ୍ଞଶାଳାରେ ଯଜ୍ଞ କରିବେ। ବନଜାଗର ଇଷ୍ଟଦେବ ପ୍ରଭୁ ନୃସିଂହଙ୍କୁ ନୃସିଂହଙ୍କ ମନ୍ତ୍ରରେ ପୂଜାପାଠ ସହ ଯଜ୍ଞ ଆହୁତି ଦିଆଯିବ।

ପୂର୍ବରୁ ସ୍ୱତନ୍ତ୍ର ବିଧି ଅନୁସାରେ ମା’ ଦକ୍ଷିଣକାଳୀଙ୍କ ମନ୍ତ୍ରରେ ଅଭିମନ୍ତ୍ରିତ ସୁନାର ତିନିଟି ଛୋଟ କୁରାଢ଼ୀରେ ପ୍ରଥମେ ଦେଉଳ ପୁରୋହିତ ତିନିରଥ କାଠକୁ ଚୋଟ ମାରିବା ପରେ ବିଶ୍ୱକର୍ମାମାନେ ରଥକାର୍ଯ୍ୟରେ ନିୟୋଜିତ ହେବେ। ସେପଟେ ଆଜି ରଥନିର୍ମାଣର ମୁଖ୍ୟ ବିଶ୍ୱକର୍ମା ମାନଙ୍କ ମୁଣ୍ଡରେ ଶାଢ଼ି ବନ୍ଧା ଓ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ।  ଏଥି ସହ ଆଜିଠାରୁ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେଉଥିବା ବେଳେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଅଛି।

ବଡି ଭୋର ୩ଟା୪୫ରେ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇଥିବା ବେଳେ ଶ୍ରୀଜୀଉମାନଙ୍କ ନୀତି ଆରମ୍ଭ ହୋଇଅଛି। ଅପରାହ୍ନରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞାମାଳ ରଥଖଳାକୁ ବିଜେ କରିବା ସହ ରଥ ନିର୍ମାଣ ଅନୁକୂଳ ନୀତି ସମ୍ପନ ହେବ। ସେହିପରି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀ ଏବଂ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରଣୀରେ ଚାପ ଖେଳିବେ।ନନ୍ଦା ଓ ଭଦ୍ରା ନୌକରେ ବିଜେ କରି ଜଳକ୍ରୀଡ଼ା କରିବା ସହ ସ୍ୱତନ୍ତ୍ର ମାଣ୍ଡୁଅ ଭୋଗ ଲାଗି କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ