ମେ’ ୧୭ରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ରାଜନୀତିରେ କମ୍ପୁଛି ପ୍ରଚାର ମଇଦାନ । ବିଭିନ୍ନ ଦଳର ବଡ଼ ବଡ଼ ନେତା ଓଡ଼ିଶାର ଅନେକ ସ୍ଥାନରେ ଦଳ ପାଇଁ ପ୍ରଚାର କରିବାରେ ମାତିଛନ୍ତି । ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । କନ୍ଧମାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ଖଡଗେଙ୍କ ଗସ୍ତ ପାଇଁ ଉତ୍ସାହିତ ହୋଇପଡ଼ିଛି କଂଗ୍ରେସ ଶିବିର। କର୍ମୀଙ୍କ ସହ ବରିଷ୍ଠ ନେତୃବୃନ୍ଦ ଘନଘନ ଆଲୋଚନା କରୁଛନ୍ତି।

କନ୍ଧମାଳରେ ଖଡଗେ ବିଜେଡି ଓ ବିଜେପିକୁ କିଭଳି ଟାର୍ଗେଟ କରିବେ ତାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି । ଖଡଗେଙ୍କ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧି ଓଡ଼ିଶା ଗସ୍ତରେ ଆସି ସାଲେପୁରଠାରେ ଜନସମାବେଶରେ ଯୋଗଦେଇଥିଲେ । ଗତ ୩ ତାରିଖରେ ରାୟଗଡ଼ାକୁ ରାହୁଲଙ୍କ ଆସିବାର ଥିଲା । ହେଲେ ସେଦିନ ରାହୁଲ ନାମାଙ୍କନ କରିବାରୁ ଆସିପାରିନଥିଲେ । ଭିଡିଓ ଯୋଗେ ପ୍ରଚାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’