Masthead

ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ୧୬ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ କାଳବୈଶାଖୀ । ଉତ୍ତର ଉପକୂଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କ । ୧୬ ଜିଲ୍ଲାକୁ ଆଲର୍ଟ । ଉତ୍ତର ଉପକୂଳ ଓଡ଼ିଶାରେ ବଢ଼ିବ କାଳବୈଶାଖୀ । ଶନିବାର ଉତ୍ତର ଉପକୂଳର ଅନେକ ସ୍ଥାନ ଓ ଦକ୍ଷିଣ ଉପକୂଳର ଅଳ୍ପ କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ସ୍ଥାନେ ସ୍ଥାନେ ବି ବର୍ଷା ସମ୍ଭାବନା ଅଛି । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ କାଳବୈଶାଖୀ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ହୋଇପାରେ ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା ନେଇ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ଓ ୧୬ରେ ବଡ଼ଧରଣର କାଳବୈଶାଖୀ ସମ୍ଭାବନା କମ୍ । ତଥାପି କିଛି ଜାଗାରେ ବର୍ଷା ହେବ । ଆସନ୍ତା ୪-୫ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ