ମଧ୍ୟରାତ୍ରିରେ ନିର୍ଧୂମ ଛେଚିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କାଳବୈଶାଖୀର ତାଣ୍ଡବ । ଗତକାଲି ବିଳମ୍ବିତ ରାତିରେ ଏହି କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିଦେଇଛି । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା। ଏମିତିକି ଜୋରରେ ପବନ ବହିଥିଲା।ଫଳରେ ବିଦ୍ୟୁତ୍ କାଟ ହେବା ସାଙ୍ଗକୁ ରାସ୍ତାରେ କିଛି ସମୟ ପାଇଁ ଗାଡିମୋଟର ଚଳାଚଳରେ ବାଧା ଉପୁଜିଥିଲା। କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ଭାରି ବର୍ଷା ହୋଇଛି। ଭୁବନେଶ୍ୱରରେ ୭୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଚଳିତ ବର୍ଷ ଏହା ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ଭାରି ବର୍ଷା ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ତାଙ୍କ ଏକ୍ସରେ ଉଲ୍ଲେଖ କରିଛନ୍ତି।

ଉପକୂଳ ଓଡ଼ିଶାର ଅନ୍ୟ କିଛି ସ୍ଥାନରେ ମଧ୍ୟ ଗତକାଲି ବର୍ଷା ହୋଇଛି। ପାରାଦ୍ୱୀପରେ ୫୧.୪ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ୩୭.୮, ବାଲେଶ୍ୱରରେ ୩୫ ଏବଂ ଚାନ୍ଦବାଲିରେ ୩୨ ମିମି ବର୍ଷା ରେକର୍ଡ ହୋଇଛି। ଅନ୍ୟପକ୍ଷରେ ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୪ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାକି ୧୫ ଜିଲ୍ଲାରେ ୩୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ୧୭ ତାରିଖ ବେଳକୁ ପୁଣି ରାଜ୍ୟକୁ ତାତି ଫେରିବ । ମେ’ ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ବୃଦ୍ଧି ସାଙ୍ଗକୁ ତାତି ଫେରିବା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ