Masthead

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୭ ହଜାର ପୋଲିସ ମୁତୟନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତି ପାହିଲେ ପ୍ରଥମ ପର୍ଯ୍ୟାୟ ମତଦାନ । ଭୋଟ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ଏବଂ ରାଜ୍ୟବାସୀଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଛି । ଏଥିମଧ୍ୟରେ ନିର୍ବାଚନୀ ପ୍ରସ୍ତୁତି ନେଇ ଡିଜିପି ଅରୁଣ ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ୪ଟି ସଂସଦୀୟ କ୍ଷେତ୍ର ଏବଂ ୨୮ଟି ବିଧାନସଭା କ୍ଷେତ୍ର ନେଇ ସୂଚନା ଦେଇଛନ୍ତି ।

ଆସନ୍ତାକାଲି ରାଜ୍ୟର ୯ ଜିଲ୍ଲାରେ ଭୋଟ୍ ଗ୍ରହଣ ହେବ। ୪ ଲୋକସଭା ଓ ୨୮ଟି ବିଧାନସଭା ଆସନରେ କାଲି ହେବ ମତଦାନ । ଏଥିପାଇଁ ମୁତୟନ ହୋଇଛନ୍ତି ୧୭ ହଜାର ପୋଲିସ ଫୋର୍ସ ୧୦୪ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି । ସେହିପରି ୬୦୦ ମୋବାଇଲ ପେଟ୍ରୋଲିଂ ପାର୍ଟିଙ୍କୁ ନିୟୋଜିତ କରାଯାଇଛି । ୧୦ରୁ ୧୨ଟି ବୁଥ୍‌କୁ ମୋବାଇଲ ପାର୍ଟି କଭର କରିବ । ସେହିପରି ସୀମାରେ ଚେକିଂ କଡ଼ାକଡ଼ି କରୁଛି ପୋଲିସ ।

୫୧ଟି ଆନ୍ତଃରାଜ୍ୟ ବର୍ଡର ଚେକ୍ ପୋଷ୍ଟ କରାଯାଇଛି। ଜିଲ୍ଲା ସୀମାବର୍ତ୍ତୀ ଅଞ୍ଚଳରେ ୫୦ଟି ଚେକ୍‌ ପୋଷ୍ଟ କରାଯାଇଛି । ୨୧୦ଟି ଫ୍ଲାଇଂ ସ୍କ୍ୱାର୍ଡ ଟିମ୍‌ ରହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୫ଟି ଇଭିଏମ ଷ୍ଟ୍ରଙ୍ଗ୍‌ ରୁମ୍‌ ରହିଛି। ଷ୍ଟ୍ରଙ୍ଗ୍‌ ରୁମ୍‌ ସୁରକ୍ଷାରେ ୧ ପ୍ଲାଟୁନ୍‌ ଅର୍ଦ୍ଧ ସାମରିକ ବାହିନୀ ନିୟୋଜିତ ହେବେ । ସେହିପରି ବାହ୍ୟ ସୁରକ୍ଷା ପାଇଁ ଗୋଟିଏ ପ୍ଲାଟୁନ୍‌ ଓଡ଼ିଶା ପୋଲିସ୍‌ ଫୋର୍ସ ନିୟୋଜିତ ହେବେ ବୋଲି କହିଛନ୍ତି ଡିଜିପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା