Masthead

ଆଜି ବହୁ ହେଭିୱେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଓ ଦେଶରେ ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଚାଲିଛି ମତଦାନ । ଆଜି ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୬ଟି ଆସନରେ ଚାଲିଛି ଭୋଟିଂ। ଏହି ପର୍ଯ୍ୟାୟରେ ମୋଟ୍ ୧୭୧୭ ଜଣ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି । ଆନ୍ଧ୍ରପ୍ରଦେଶର ମୋଟ୍ ୨୫ ଓ ତେଲେଙ୍ଗାନାର ମୋଟ୍ ୧୭ଟି ଆସନ ସମେତ ଉତରପ୍ରଦେଶର ୧୩ଟି , ମହାରାଷ୍ଟ୍ରର ୧୧ଟି, ପଶ୍ଚିମବଙ୍ଗର ୮ଟି, ବିହାରର ୫ଟି, ଓଡ଼ିଶା ଓ ଝାଡ଼ଖଣ୍ଡର ୪ଟି ଲେଖାଏଁ ଏବଂ ଜମ୍ମୁ କାଶ୍ମୀରର ଗୋଟିଏ ଆସନରେ ମତଦାନ କରାଯିବ । ଆଜି ବହୁ ହେଭିୱେଟ୍‌ଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର ।

ଏଆଇଏମଆଇଏମ ମୁଖ୍ୟ ଅସାଦୁଦ୍ଦିନ ଓଏସୀଙ୍କ ଭାଗ୍ୟ ପରୀକ୍ଷା । ଭୋଟ୍‌ ବାକ୍ସରେ ବନ୍ଦ ହେବ ଏସପି ମୁଖ୍ୟ ଅଖିଳେଶଙ୍କ ଭାଗ୍ୟ । ସେହିପରି ଟଏମସିର ମହୁଆ ମୈତ୍ର, ଶତ୍ରୁଘ୍ନ ସିହ୍ନା, ୟୁସୁଫ ପଠାନଙ୍କ ଭାଗ୍ୟ ପରୀକ୍ଷା । ବିଜେପିର ଗିରିରାଜ ସିଂ ଓ ଜେଡିୟୁର ଲଲନ ସିଂଙ୍କ ଭାଗ୍ୟ ପରୀକ୍ଷା । ଆନ୍ଧ୍ର ପ୍ରଦେଶ କଂଗ୍ରେସ ମୁଖ୍ୟ ୱାଇଏସ୍‌ ଶର୍ମିଳାଙ୍କ ଭାଗ୍ୟ ପରୀକ୍ଷା । ବିଜେପିର ଅର୍ଜୁନ ମୁଣ୍ଡା ଓ ମାଧବୀଲତାଙ୍କ ଭାଗ୍ୟ ପରୀକ୍ଷା । ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୧୭.୭ କୋଟି ମତଦାତା ୯୨ ହଜାର ମତଦାନ କେନ୍ଦ୍ରକୁ ଯାଇ ମତ ସାବ୍ୟସ୍ତ କରିବେ । ଏହି ମତଦାତା ମାନଙ୍କ ମଧ୍ୟରେ ୮.୯୭ କୋଟି ପୁରୁଷ ଏବଂ ୮.୭୩ କୋଟି ମହିଳା ରହିଛନ୍ତି । ସେହିପରି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ନିୟୋଜିତ ରହିଛନ୍ତି ୧୯ଲକ୍ଷ ପୋଲିଂ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ