Masthead

ହତ୍ୟାକାଣ୍ଡ ପଛରେ ଷଡ଼ଯନ୍ତ୍ର ଥିଲା….ମୁଖ୍ୟମନ୍ତ୍ରୀ ଏହାର ଜବାବ ଦିଅନ୍ତୁ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ସ୍ୱାମୀ ଲକ୍ଷ୍ମଣାନନ୍ଦ ସାରସ୍ବତୀଙ୍କ ହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ । କହିଲେ ଓଡ଼ିଶାରେ ବିଜେଡି ସରକାରରେ ରହିବାର ଅଧିକାର ନାହିଁ । ହିନ୍ଦୁ ମାନଙ୍କ ଉପରେ ଅତ୍ୟାଚାର ହେଲା । ସେମାନଙ୍କ ଜମି ହାଡପ ହେଲା । ଧର୍ମାନ୍ତୀକରଣ ପାଇଁ ବିଦେଶୀ ଶକ୍ତିର ସାହାଯ୍ୟ ନିଆଗଲା । ଆଜିର ବିଜେଡି ସାଂସଦ ସସ୍ମିତ ପତ୍ରାଙ୍କ ବାପାଙ୍କ ଭୂମିକା ସନ୍ଦେହ ଘେରରେ । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ସୁରକ୍ଷା କର୍ମୀଙ୍କୁ କାହିଁକି ଅପସାରଣ କରାଗଲା । ସୁରକ୍ଷ ମାଗିଲେ ପୋଲିସ ତାଙ୍କୁ ଦୁବ୍ୟବହାର କଲେ । ଓଡ଼ିଶାରେ ଫ୍ରିଡିମ ରିଲିଜିଆନ ଆକ୍ଟ ଅଛି ।

ହେଲେ ଏତେ ବଡ଼ ଘଟଣା ପାଇଁ ଗୃହ ବିଭାଗ ଦାୟୀ । ମୁଖ୍ୟମନ୍ତ୍ରୀ ବିଭାଗ ଦାୟିତ୍ୱରେ ଥିଲେ । ସେ କ’ଣ କିଛି ଜାଣି ପାରିଲେନି । ହିନ୍ଦୁ ସମାଜଙ୍କୁ ନେତୃତ୍ବ ବିହୀନ କରିବ ପାଇଁ ଷଡଯନ୍ତ୍ର ହୋଇଥିଲା । ଏହାର ପ୍ରଚ୍ଛଦ ପଟରେ ଥିଲେ ନିଜେ ମୁଖ୍ୟମନ୍ତ୍ରୀ । ସାଂପ୍ରଦାୟିକ ଷଡଯନ୍ତ୍ର ରଚିଥିଲେ । ଏ କଥାର ଜବାବ ମୁଖ୍ୟମନ୍ତ୍ରୀଙ୍କୁ ଦେବାକୁ ପଡିବ । ୩ ଟି କମିଶନ ବସିଲା ତାଙ୍କ ରିପୋର୍ଟ ସାର୍ବଜନୀନ କରନ୍ତୁ ସରକାର । ଏଭଳି ସରକାର ଉଠେଇକି ଫୋପାଡି ଦେବା ଦରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା