ଦନ୍ତା ନେଲା ଜୀବନ

କଣିହାଁ, (ବଡ଼ ଖବର ବ୍ୟୁରୋ): କଣିହାଁରେ ଦିନକୁ ଦିନ ବଢ଼ିଚାଲିଛି ହାତୀ ଉପଦ୍ରବ । ଆଜି ସକାଳ ସାଢ଼େ ୬ଟାରେ ବଜ୍ରକୋଟ ଗାଁର ମାୟାଧର ବେହେରା (୬୦) ସକାଳେ ନିତ୍ୟକର୍ମ ସାରି କ୍ଷୀର ଆଣିବା ପାଇଁ ଯାଉଥିଲେ । ଏହି ସମୟରେ ଗାଁର ସୁବର୍ଣ୍ଣପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଜଙ୍ଗଲି ଦନ୍ତାହାତୀ ତାଙ୍କ ଛାତିକୁ ଦଳିଦେଇଥିଲା। ଖବରପାଇ ବଜ୍ରକୋଟ ବିଟ୍ ଫରେଷ୍ଟର ଅନୁରାଗ ପରିଡ଼ାଙ୍କ ନେତୃତ୍ୱରେ ବନବିଭାଗ କର୍ମଚାରୀମାନେ ପହଞ୍ଚି ଗୁରୁତର ମାୟାଧରଙ୍କୁ ପ୍ରଥମେ କଣିହାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆଣିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ପାଳଲହଡ଼ା ବିଧାୟକ ମୁକେଶ କୁମାର ପାଳ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବାକୁ କଣିହାଁ ରେଞ୍ଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରେଞ୍ଜର ନୀଳମଣି ଦେହୁରୀ ମାୟାଧରଙ୍କ ପରିବାରକୁ ତୁରନ୍ତ ୪୦ ହଜାର ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି। ରେଙ୍ଗାଲି ପୋଲିସ ଡାକ୍ତରଖାନରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ତାଳଚେର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ