Masthead

ଜଗିବେ ୩୫ ପ୍ଲାଟୁନ ପୋଲିସ

ବାଲେଶ୍ୱର, (ବଡ଼ ଖବର ବ୍ୟୁରୋ): ପାଖେଇ ଆସୁଛି ବାଲେଶ୍ୱର ଉପନିର୍ବାଚନ । ୩ ତାରିଖରେ ହେବାକୁ ଥିବା ଏହି ଉପନିର୍ବାଚନକୁ ଆଖିଆଗରେ ରଖି ସୁରକ୍ଷା ଓ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଆଜି ଓଡ଼ିଶା ପୋଲିସ ଡିଜି ଅଭୟ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

ବିଶେଷ କରି କରୋନା ମହାମାରୀକୁ ଆଖି ଆଗରେ ରଖି ଚଳିତ ବର୍ଷ ବୁଥ ସଂଖ୍ୟାକୁ ଆଶାତୀତ ବୃଦ୍ଧି କରାଯାଇଛି । ସେହିପରି ଅଧିକ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଡିଜିପି କହିଛନ୍ତି । ମୋଟ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି ସିଏପିଏଫର ୯ ପ୍ଲାଟୁନ ଓ ଓଏସପିର ୨୬ ପ୍ଲାଟୁନ । ଏହା ସହ ଅତିରିକ୍ତ ଏସପି ୫ ଜଣ, ଡ଼ିଏସପି ୮ ଜଣ, ଇନ୍ସପେକ୍ଟର ୨୨ ଜଣ, ଏସଆଇ, ଏଏସଆଇ ୧୫୨ ଜଣ, ୩୫୨ ଜଣ, କନେଷ୍ଟବଳ, ହାବିଲଦାର, ୩୫୯ ଜଣ ହୋମଗାର୍ଡଙ୍କୁ ମୁତୟନ କରାଯାଇଛି ।

ସମଗ୍ର ନିର୍ବାଚନ ମଣ୍ଡଳୀକୁ ୧୦ ସେକ୍ଟରରେ ବିଭକ୍ତ କରାଯାଇଛି । ପ୍ରତି ସେକ୍ଟରରେ ଜଣେ ଲେଖାଏଁ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଛି । ବୁଥଗୁଡିକରେ ଶାନ୍ତି ଶୃଙ୍ଖଳାକୁ ଅଧିକ ଗୁରୁତ୍ତ୍ୱ ଦିଆଯାଉଥିବା ଡିଜିପି କହିଛନ୍ତି । କୋଭିଡ ନିୟମକୁ ଅଧିକ ପ୍ରାଧାନ୍ୟ ଦେବା ସହ ଖିଲାପକାରୀଙ୍କ ବିରୋଧରେ କଠୋର କାର୍ୟ୍ୟନୁଷ୍ଠାନ ନିଆଯିବ ବୋଲି ଡିଜିପି ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା