Masthead

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

ପାସ୍ ହାର ୮୭.୯୮ ପ୍ରତିଶତ, ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ । ୮୭.୯୮ ପାରକ୍ଷାର୍ଥୀ ପାସ୍ କରିଛନ୍ତି । ୨୪ ହଜାର ପରୀକ୍ଷାର୍ଥୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ସେହିଭଳି ୧ଲକ୍ଷ ୧୬ ହଜାର ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ।ସବୁ ବର୍ଷ ପରି ଏବର୍ଷ ମଧ ଦ୍ୱାଦଶ ପରୀକ୍ଷାରେ ବାଜି ମାରିଛନ୍ତି ଝିଅ । ପରୀକ୍ଷାରେ ଛାତ୍ରୀଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ରହିଛି । ସେହିଭଳି ଛାତ୍ରଙ୍କ ପାସ୍ ହାର ରହିଛି ୮୫. ୧୨ ପ୍ରତିଶତ ରହିଛି । ଉଈଝଋ ଦ୍ୱାଦଶ ପରୀକ୍ଷା ପାଇଁ ଚଳିତବର୍ଷ ୧୬ ଲକ୍ଷ ୩୩ ହଜାର ୭୩୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ । ସେଥିମଧ୍ୟରୁ ପ୍ରାୟ ୧୬ ଲକ୍ଷ ୨୨ ହଜାର ୨୨୪ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୧୪ ଲକ୍ଷ ୨୬ ହଜାର ୪୨୦ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ପାସ ହାର ୦.୬୫ ପ୍ରତିଶତ ବୃଦ୍ଧି ପାଇଛି । ଉଈଝଋ ଦ୍ୱାଦଶ ଫଳାଫଳରେ କେରଳ ଆଗରେ ରହିଛି। ତ୍ରିଭେନ୍ଦ୍ରମରେ ୯୯.୯୧ % ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ପାସ୍ ତାଲିକାରେ ବିଜୟୱାଡା ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ପାସ୍ ହାର ୯୯.୦୪% ଅଛି। ସେହିପରି ଚେନ୍ନାଇ ତୃତୀୟ ସ୍ଥାନରେ ଥିବାବେଳେ ଏହାର ପାସ୍ ହାର ୯୮.୪୭% ରିହିଛି। ତା’ପଛକୁ ରହିଛି ବେଙ୍ଗାଲୁରୁ। ଏଠାରେ ପାସ୍‌ ହାର ୯୬.୯୫% ଏବଂ ପଶ୍ଚିମ ଦିଲ୍ଲୀର ଛାତ୍ରଛାତ୍ରୀଙ୍କ ପାସ୍ ହାର ୯୫.୬୪% ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା