Masthead

ପୋଲ ତଳୁ ଶବ ଉଦ୍ଧାର

ଟାଙ୍ଗୀ-ଚୌଦ୍ୱାର, (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଥାନା ଅନ୍ତର୍ଗତ ପୁରୋହିତପୁର ଶଂଖୋଇ ପୋଲ ତଳୁ ଜଣେ ଯୁବକଙ୍କ ମୃତଦେହ ସହ ବାଇକ୍ ଜବତ ହୋଇଛି । କିଛି ସ୍ଥାନୀୟ ଲୋକ ପୋଲ ତଳେ ପଡିଥିବା ମୃତଦେହ ଓ ବାଇକକୁ ଦେଖିବାକୁ ପାଇଥିଲେ । ପରେ ସ୍ଥାନୀୟ ଚୌଦ୍ୱାର ଥାନାକୁ ଖବର ଦେଇଥିଲେ । ଖବର ପାଇ ଚୌଦ୍ୱାର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହିତ ବାଇକକୁ ଜବତ କରିଛି । ଶବ ବ୍ୟବଛେଦ ପାଇଁ କଟକ ମେଡିକାଲକୁ ପଠାଇ ତଦନ୍ତ ଜାରିରଖିଛି ପୋଲିସ ।

ମୃତ ଯୁବକ ଜଣକ ହେଉଛନ୍ତି ବ୍ରହ୍ମପୁର ଗ୍ରାମର ଦୀପକ ଖୁଣ୍ଟିଆ । ସେ ଗତକାଲି ରାତିରେ ମଙ୍ଗୁଳିଠାରେ ଥିବା ଏକ ଘରୋଇ କାରଖାନାରୁ କାମ ସାରି ଚୌଦ୍ୱାର ଚାରିବାଟିଆ ରାସ୍ତା ଦେଇ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଏହା ମୃତ୍ୟୁ ନା ଆତ୍ମହତ୍ୟା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡିବ ବୋଲି ପୋଲିସ କହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?