Masthead

ନିର୍ବାଚନ କାମ ସାରି ଫେରୁଥିବାବେଳେ ଦୁର୍ଘଟଣା

ମାଥିଲି (ବଡ଼ ଖବର ବ୍ୟୁରୋ): ନିର୍ବାଚନ କାର୍ଯ୍ୟ ସାରି ଫେରୁଥିବା ବେଳେ ଅଘଟଣ । ଦୁର୍ଘଟଣାରେ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ । ମୃତ ଶିକ୍ଷକ ଖଇରପୁଟ ମୁଦୁଲିପଡାର ପଂଚାୟତ ବନ୍ଧଗୁଡାର ଇନ୍ଦ୍ରଜିତ କିର୍ସାନୀ । ନିର୍ବାଚନ କାମସାରି ଫେରୁଥିବା ବେଳେ ଇନ୍ଦ୍ରଜୀତଙ୍କ ବାଇକକୁ ଧକ୍କା ଦେଲା ଏକ ଘରୋଇ ବସ । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ଓ ସାଥି ଶିକ୍ଷକମାନେ ଇନ୍ଦ୍ରଜୀତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ଆଣିବା ପରେ ମାଥିଲି ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।

ମୃତ୍ୟୁ ଖବର ପାଇବା ସାରା ଖଇରପୁଟ ବ୍ଲକର ସମସ୍ତ ଶିକ୍ଷକ ଓ ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳିର ବିଜେପି ବିଧାୟକ ପ୍ରାର୍ଥୀ ଡମ୍ବରୁ ସୀସା ଓ ଖଇରପୁଟ ବ୍ଲକ ଅଧ୍ୟକ୍ଷ ବିଘ୍ନ କିର୍ଶନୀ ମାଥିଲି ମେଡ଼ିକାଲରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାବୁଝି କରିଥିଲେ । ସୂଚନା ନେବାରୁ ଇନ୍ଦ୍ରଜିତ ମାଲକାନଗିରି ନିର୍ବାଚନମଣ୍ଡଳି ୧୨୨ ନମ୍ବର ବୁଥରେ ପ୍ରିଜାଇଡିଂ ଅଫିର ଭାବେ ନିୟୋଜିତ ରହି ଗତକାଲି ମତଦାନ କାର୍ଯ୍ୟ ଶେଷ କରି ବିଳମ୍ବିତ ରାତ୍ରି ହେବାରୁ ଆଜି ସକାଳୁ ନିଜ ଘର ଖଇରପୁଟ ବ୍ଲକ କଦମଗୁଡା ପଞ୍ଚାୟତ ଖୁରିଗୁଡା ଗ୍ରାମକୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟାଇ ଥିବା ଘରୋଇ ବସକୁ ମାଲକାନଗିରି ପୋଲିସ ଅଟକ ରଖି ପଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି