Masthead

୧୬ରେ ଭୁବନେଶ୍ୱରରେ ମେଗା ରୋଡ୍ ସୋ’ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଏବେ ସାରା ଓଡ଼ିଶାରେ କମ୍ପନ ସୃଷ୍ଟି ହୋଇଛି । ରାଜନୈତିକ ଦଳ ବିଜୟ ପାଇଁ ଜାରି ରଖିଛନ୍ତି ମାରାଥନ୍ ପ୍ରଚାର । ବର୍ତ୍ତମାନ ଏହି ପ୍ରଚାର ମଇଦାନରେ ପାଦ ଦେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୬ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ରୋଡ୍ ସୋ’ କରିବେ ମୁଖ୍ୟମନ୍ତ୍ରୀ । ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ଗଙ୍ଗନଗର ଛକରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ।

ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି ବ୍ୟାଙ୍କ ଛକ, ନୂଆ ସାହି, ବେହେରା ସାହି, ନିକ୍କୋ ପାର୍କ ଛକ ଓ ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ ଚାଲିବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ । କଡ଼ା ସୁରକ୍ଷା ବଳୟ ଭିତରେ ଏହି ରୋଡ୍ ସୋ’ କରାଯିବ ବୋଲି ଡିସିପି କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ’ ସମୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ନେଇ ପଦକ୍ଷେପ ନିଆଯାଉଛି । ସୁରକ୍ଷାରେ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ ରହିବେ ବୋଲି କୁହାଯାଇଛି । ରୋଡ୍ ସୋ’ ସମୟରେ ବ୍ୟାରିକେଡ ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା