Masthead

୧୯ରୁ ପୁଣି ବଢିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ରାଜ୍ୟକୁ ପୁଣି ଫେରିବ ତାତି। ୧୯ରୁ ପୁଣି ବଢିବ ତାତି । ଆସନ୍ତା ୨୪ ଘଣ୍ଟା ପରେ ବଢିବ ତାପମାତ୍ରା। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଲିଠୁ ରାଜ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି। ତେବେ ଆଗାମୀ ୨ ଦିନ ବିକ୍ଷିପ୍ତ ବର୍ଷା ଦେଖିବାକୁ ମିଳିବ। ୩ ଦିନ ପରେ ବର୍ଷାର ପରିମାଣ କମି ପାଗ ଶୁଖିଲା ରହିବ।

ତେବେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ ଓ୍ଵେଭ ସ୍ଥିତି ନାହିଁ। ସେପଟେ କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳର ଅଧିକାଂଶ ସ୍ଥାନରେ ୧୭ ଯାଏ ବର୍ଷା ସମ୍ଭାବନା ଅଛି । ୧୬ ଓ ୧୭ରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ତେବେ ୧୯ରୁ ତାତି ବଢ଼ିବ । କନ୍ଧମାଳ ଓ ଫୁଲବାଣୀ ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ତାପମାତ୍ରା ୪୦ ଟପିବ । ସେହିଭଳି ଆସ୍କାରେ ତାତି ୪୧ ଓ ୪୨ ଡିଗ୍ରୀ ପାଖାପାଖି ରହିବ ବୋଲି ସେ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ତେବେ ୧୫ ତାରିଖରେ ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ଯାଜପୁରର କିଛିସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୬ରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୭ ଓ ୧୮ରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ