Masthead

ସ୍ତ୍ରୀକୁ ମାରିଲା ବସ୍ତାରେ ସିଲେଇ କରି ଚାବି ପକାଇ ରଖିଲା ସ୍ୱାମୀ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): ସ୍ତ୍ରୀ କୁ ମାରି ମୃତଦେହକୁ ବସ୍ତାରେ ସିଲେଇ କରି ଘର ଭିତରେ ଚାବି ପକାଇ ରଖିଥିଲା ସ୍ୱାମୀ । ସ୍ୱାମୀ କୁ ହାତଗୋଡ଼ ବାନ୍ଧି ଅଟକ ରଖିଛନ୍ତି ଗ୍ରାମବାସୀ । ଏଭଳି ଚାଞ୍ଚଲ୍ୟ ଦେଖିବାକୁ ମିଳିଛି କେନ୍ଦୁଝରରେ ବାରିଆ ଥାନା ଷଡ଼ଙ୍ଗୀ ଗ୍ରାମରେ । ସ୍ତ୍ରୀକୁ ମାଡ଼ ମାରି ହତ୍ୟା କରିବା ପରେ ଘଟଣାକୁ ଲୁଚାଇବା ପାଇଁ ବସ୍ତାରେ ମୃତଦେହକୁ ପୁରାଇ ସିଲେଇ କରି ଘର ଭିତରେ ଚାବି ପକାଇ ରଖିଥିଲା ସ୍ୱାମୀ ପ୍ରଦୀପ ବେଣ୍ଟକାର ।

ମୃତକ ହେଲେ ବର୍ଷାଲି ବେଣ୍ଟକାର । ଗତକାଲି ଉଭୟ ସ୍ୱାମୀ ସ୍ତ୍ରୀଙ୍କ ଝଗଡା ହେବା ପରେ ଏଭଳି ଜଘନ୍ୟ କାଣ୍ଡ ଭିଆଇଛି ସ୍ୱାମୀ । ଘଟଣା ଜଣା ପଡିବା ପରେ ଗ୍ରାମବାସୀ ସ୍ୱାମୀ ପ୍ରଦୀପକୁ ହାତ ବାନ୍ଧି ଅଟକ ରଖିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ନଥିବାରୁ ଗାଁରେ ଉତ୍ତେଜନା ଦେଖାଦେଇଥିଲା । ପରେ ପୋଲିସ ପହଁଚି ମୃତଦେହକୁ ଜବତ କରି ଅଭିଯୁକ୍ତ ସ୍ଵାମୀକୁ ହେପାଜତକୁ ନେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି