Masthead

‘ଇଣ୍ଡିଆ’ମେଣ୍ଟ ସରକାର ଗଢିବ : ଖଡ଼ଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏଥର ନିର୍ବାଚନରେ ବିଜେପିର ବିଦାୟ । ‘ଇଣ୍ଡିଆ’ ମେଣ୍ଟ ମଜଭୂତ ସ୍ଥିତିରେ ରହିଛି । ଏଥର ଇଣ୍ଡିଆ ମେଣ୍ଟ ଜୁନ ୪ରେ ସରକାର ଗଠନ କରିବ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଲୋକସଭା ନିର୍ବାଚନକୁ ନେଇ ବଡ଼ ଦାବି କରିଛନ୍ତି । ନିର୍ବାଚନର ୪ ପର୍ୟ୍ୟାୟ ଶେଷ ହେବା ପରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଜୁନ ୪ ପରେ ସରକାର ଗଢ଼ିବ ବୋଲି ଖଡ଼ଗେ କହିଛନ୍ତି । ବୁଧବାର ସମାଜବାଦୀ ପାର୍ଟୀ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସହ ଖଡ଼ଗେ ଲକ୍ଷ୍ନୌରେ ଏକ ଖବରଦାତା ସମ୍ମିଳନୀ କହିଛନ୍ତି ଯେ ଦେଶରେ ନିର୍ବାଚନର ୪ ପର୍ୟ୍ୟାୟ ଶେଷ ହୋଇଛି । ବିରୋଧୀ ମେଣ୍ଟ ମଜଭୂତ ସ୍ଥିତିରେ ଅଛି । ପୁରା ବିଶ୍ୱାସରେ କହିବାକୁ ଚାହୁଁଛି ଯେ ହିନ୍ଦୁସ୍ତାନର ଜନସାଧାରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦାୟ ନିଶ୍ଚିତ କରିଛନ୍ତି । ଜୁନ ୪ରେ ମେଣ୍ଟ ନୂଆ ସରକାର ଗଢ଼ିବାକୁ ଯାଉଛି ।

ଏହାଛଡ଼ା ଖଡ଼ଗେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କରି କହିଛନ୍ତି ଯେ, ସେ ସର୍ବଦା ନିଜର ଶକ୍ତି ବିଷୟରେ କଥା ହୁଅନ୍ତି । ହେଲେ ବାରମ୍ବାର ସମ୍ବିଧାନ ବଦଳାଇବା ନେଇ କହୁଥିବା ଲୋକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ କାହିଁକି ନେଉ ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ