Masthead

ଆଜି ଭୁବନେଶ୍ବରରେ ମେଗା ରୋଡ୍ ଶୋ’ କରିବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଭୁବନେଶ୍ବରରେ ମେଗା ରୋଡ୍ ଶୋ’ କରିବେ ନବୀନ ପଟ୍ଟନାୟକ । ଏହି ରୋଡ ଶୋ ଗଙ୍ଗନଗର ଛକରୁ ଆରମ୍ଭ ହୋଇ ଶିଶୁଭବନ ଛକରେ ଶେଷ ହେବ । ସନ୍ଧ୍ୟା ସାଢେ ୬ଟାରେ ୟୁନିଟ-୬ ଗଙ୍ଗନଗର ଛକରୁ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ଶୋ’ ଆରମ୍ଭ ହେବ । ପ୍ରାୟ ଘଣ୍ଟାଏ ଚାଲିବାକୁ ଥିବା ହାଇଭୋଲଟେଜ ରୋଡ ଶୋରେ ନବୀନ ୮ଟି ସ୍ଥାନରେ ଉଦବୋଧନ ଦେବା କାର୍ଯ୍ୟକ୍ରମ ରହିଛି । ଶୋଭାଯାତ୍ରା ଆରମ୍ଭ ପୂର୍ବରୁ ନବୀନ ପ୍ରଥମେ ଗଙ୍ଗନଗର ଛକରେ ଜନସଭାକୁ ସମ୍ବୋଧିତ କରିବେ । ଏହାପରେ ଏଲଆଇସି ଛକ ଦେଇ ଗୋପବନ୍ଧୁ ଛକରେ ପହଞ୍ଚିବେ । ଯୁନିଟ-୮ ଡିଏଭି ସ୍କୁଲ ନିକଟରେ ପହଞ୍ଚି ସାଧାରଣ ଲୋକଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବେ । ସେଠାରୁ ବାହାରି ଏଚଡିଏଫସି ଛକ, ବାଲୁଙ୍କେଶ୍ବର ମନ୍ଦିର, ମମତାଜ ଅଲ୍ଲୀ ସ୍କୁଲ ଦେଇ ଶ୍ରୀକୃଷ୍ଣ କ୍ଲବ ନିକଟରେ ପହଞ୍ଚିବେ ।

ଏଠାରେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନସଭାକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି । ଏହାପରେ କଳିଙ୍ଗ ଷ୍ଟାଡିୟମ ଛକ ଓ ନିକୋପାର୍କ ଛକ ଦେଇ ବାୟାବାବା ମଠ ରାସ୍ତା ନିକଟରେ ନବୀନଙ୍କ ରୋଡ୍ ଶୋ’ ପହଞ୍ଚିବ । ସେଠାରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ରଖି ରୂପାଲି ଛକ ଦେଇ ସତ୍ୟନଗର ନିକଟକୁ ଯିବେ । ସେଠାରେ ମଧ୍ୟ ଉପସ୍ଥିତ ଜନସଧାରଣଙ୍କୁ ସମ୍ବୋଧିତ କରିବେ । ପରେ ଶ୍ରୀୟା ଛକ, ରାଜମହଲ, ମାଷ୍ଟରକ୍ୟାଣ୍ଟିନ ଦେଇ ସନ୍ଧ୍ୟା ସାଢେ ୭ଟାରେ ଶିଶୁଭବନ ଛକରେ ପହଞ୍ଚିବେ । । ରୋଡ ଶୋ’ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କ ରୋଡ ଶୋ’ ପାଇଁ ଦଳୀୟ ନେତା ଓ କର୍ମୀ ବେଶ୍ ଉତ୍ସାହିତ ହୋଇପଡ଼ିଛନ୍ତି । ପ୍ରାୟ ଏକ ଘଣ୍ଟା ଧରି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ଚାଲିବାକୁ ଥିବାବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥା ଦାୟିତ୍ବରେ ରହିବେ। ରୋଡ ଶୋ’ ଦୁଇ ପାର୍ଶ୍ଵରେ ଥିବା କୋଠାମାନଙ୍କରେ ବି ସୁରକ୍ଷା କର୍ମୀ ନିୟୋଜିତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼