Masthead

ଅନୁଭବଙ୍କୁ ବଡ଼ ଆଶ୍ୱସ୍ତି: NBW ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

କଟକ (ବଡ଼ ଖବର ବ୍ୟୁରୋ): ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କୁ ଆଶ୍ବସ୍ତି । ଏନବିଡବ୍ଲ୍ୟୁ ଉପରେ ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ । ଜେଏମଏଫସି ଏମପିଏମଏଲ କୋର୍ଟଙ୍କ ପକ୍ଷରୁ ଜାରି ହୋଇଥିଲା ଏନବିଡବ୍ଲ୍ୟୁ । ଚାର୍ଜଫ୍ରେମ୍‌ ପାଇଁ ହାଜର ନହେବାରୁ ଏନବିଡବ୍ଲ୍ୟୁ ଜାରି ହୋଇଥିଲା । ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ ଜାରି କରି କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଗତ ୮ ତାରିଖ ଦିନ ଅଭିନେତା ଅନୁଭବଙ୍କ ନାମରେ ଚାର୍ଜଫ୍ରେମ୍ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ଅନୁଭବଙ୍କ ଡିସଚାର୍ଜ ପିଟିସନ ଖାରଜ ହୋଇଯାଇଥିଲା । ଘରୋଇ ହିଂସାକୁ ନେଇ ଅଭିନେତ୍ରୀ ବର୍ଷାଙ୍କ ତରଫରୁ ପୁରୀଘାଟ ଥାନାରେ ଏହି ମାମଲା ଦାୟର କରାଯାଇଥିଲା । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଅନୁଭବ ସମୟ ମାଗିଥିବା ବେଳେ ଉକ୍ତ ଆବେଦନକୁ ଗ୍ରହଣ କରି କୋର୍ଟ ଅନୁଭବଙ୍କୁ ସମୟ ଦେଇଥିଲେ । ବାରମ୍ବାର ସମୟ ମାଗିବା ସହ ହାଜର ନ ହେବାରରେ ଶେଷରେ କୋର୍ଟ ଅନୁଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଏହାକୁ ଅନୁଭବ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ସେନେଇ ତାଙ୍କୁ ଆଶ୍ୱସ୍ତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼