Masthead

ଖଲ୍ଲିକୋଟ ହିଂସାକାଣ୍ଡ ଘଟଣା; ୪ ପୋଲିସ କର୍ମଚାରୀଙ୍କ ବଦଳି

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟ ରାଜନୈତିକ ହିଂସାକାଣ୍ଡରେ ବଦଳିଲେ ୪ ପୋଲିସ କର୍ମଚାରୀ । କାର୍ଯ୍ୟରେ ଅବହେଳା ଯୋଗୁଁ ୪ ପୋଲିସ କର୍ମଚାରୀଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟକୁ ବଦଳି କରାଯାଇଛି।ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ଏସବୁ ଭିତରେ ଗଂଜାମରେ ନିର୍ବାଚନୀ ହିଂସା ହୋଇଥିବା ଖବର ସାମ୍ନାକୁ ଆସିଛି। ଗଂଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣସରଣପୁର ଗାଁରେ ପୋଷ୍ଟର ମାରିବାକୁ କେନ୍ଦ୍ର କରି ବୁଧବାର ରାତିରେ ବିଜେଡି ଓ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ ବିଜେପିର ୪ ଜଣ କର୍ମୀ ଆହତ ହୋଇଥିବା ଜଣାପଡ଼ିଥିଲା।

ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ଏହି ଘଟଣାକୁ ଗଭୀର ନିନ୍ଦା କରିଛନ୍ତି। ତେବେ ଖଲ୍ଲିକୋଟ ହିଂସାକୁ ନେଇ ସିଇଓ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ଘଟଣାରେ ୮ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେପଟେ ଏହି ଘଟଣା ପରେ ୪ ପୋଲିସକର୍ମଚାରୀଙ୍କ ବଦଳି କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁଁ ୪ ପୋଲିସ କର୍ମଚାରୀଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟକୁ ବଦଳି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ