Masthead

ଖଲ୍ଲିକୋଟ ହିଂସାକାଣ୍ଡ; ପୋଲିସ ଗାଡ଼ିକୁ ବୋତଲ ପଥର ମାଡ଼

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ସମୟରେ ଅଶାନ୍ତ ହେଉଛି ଖଲ୍ଲିକୋଟ । ଖଲ୍ଲିକୋଟ ହିଂସାକାଣ୍ଡ ଘଟଣାରେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ । ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ି ଘେରିଲେ ଗାଁ ଲୋକେ । ପୋଲିସ ଗାଡ଼ିକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କଲେ ଗ୍ରାମବାସୀ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍‌ର କାଚ ଯାଇଛି । ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲାଠି ଚାର୍ଜ କରିଛି । ଗତକାଲି ପୋଷ୍ଟର ମାରିବାକୁ ନେଇ ଖଲ୍ଲିକୋଟରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ ।

ମାରଣାସ୍ତ୍ରରେ ଆକ୍ରମଣ କାରଣରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା । ଯାହାକୁ ନେଇ ଖଲ୍ଲିକୋଟରେ ଉତ୍ତେଜନା ଲାଗି ରହିଛି । ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି । ପୋଲସରା ତୋଟାସାହିର ଜଣଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ ହୋଇଛି । ଗୁଳିମାଡର ଶିକାର ହୋଇଥିବା ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ