ଓଡ଼ିଶାରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ରାଜ୍ୟନୀତି ମାହୋଲ ସରଗରମ । ଓଡ଼ିଶାରେ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି । ଏହି କ୍ରମରେ ବିଭିନ୍ନ ଦଳର କେନ୍ଦ୍ରୀୟ ନେତୃବୃନ୍ଦ ମଧ୍ୟ ଓଡ଼ିଶା ଆସି ଦମଦାର ପ୍ରଚାର କରୁଥିବାର ଦେଖାଯାଉଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ।

ଖଡଗେ ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ଏହାପରେ ଖଡଗେ କନ୍ଧମାଳ ଗସ୍ତରେ ଯାଇ ଏକ ନିର୍ବାଚନୀ ସଭାରେ ଯୋଗ ଦେବେ ବୋଲି ଜଣାପଡିଛି । ଏହାସହ ଦଳର ଅନେକ ନେତା ଓ ପ୍ରାର୍ଥୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଦଳରେ ରହିଥିବା ବିଭିନ୍ନ ସମସ୍ୟା ସଂପର୍କରେ ସେ ନେତାଙ୍କ ସହ ଆଲୋଚନା କରିବେ ବୋଲି ବିଶ୍ୱସ୍ତସୂତ୍ରରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ