ରାଜନୀତିର ପରିଭାଷା ବଦଳାଇଛନ୍ତି ମୋଦି: ଜେପି ନଡ୍ଡା

ପଦ୍ମପୁର(ବଡ଼ ଖବର ବ୍ୟୁରୋ): ପଦ୍ମପୁରରେ ବିଜେପି ସଭାପତି ଜେପି ନଡ୍ଡାଙ୍କ ବକ୍ତବ୍ୟ । ୨୦୧୪ ପୂର୍ବରୁ ଧାରଣା ଥିଲା ଭାରତରେ କିଛି ବଦଳିବନି ।୨୦୧୪ ପରେ ମୋଦି ପରିବର୍ତ୍ତନର ନୂଆ ଧାରା ଆଣିଲେ । ଆଜି ୨୦୨୪ରେ ଲୋକେ ବିକଶିତ ଭାରତର ସ୍ବପ୍ନ ଦେଖୁଛନ୍ତି । ରାଜନୀତିରେ କାମ କରିବାର ତରିକା ବଦଳାଇଦେଲେ ମୋଦି । ୧୦ ବର୍ଷ ତଳେ ନେତା ତୁଷ୍ଟୀକରଣର ରାଜନୀତି କରୁଥିଲେ । ଜାତି, ଧର୍ମର ଲଢ଼େଇ କରି ଭୋଟବ୍ୟାଙ୍କର ରାଜନୀତି କରୁଥିଲେ ।

ମୋଦି ଆସିବା ପରେ ଜାତି ରାଜନୀତିକୁ ଧକ୍କା ଦେଇ ବିକାଶ ଚାଲିଲା । ଆଜି ରାଜନୀତିର ପରିଭାଷା ମୋଦି ବଦଳାଇ ଦେଇଛନ୍ତି । ମୋଦି ଯାହା କହିଥିଲେ କରିଛନ୍ତି, ଯାହା ନକହିଥିଲେ ତାହା ବି କରିଛନ୍ତି । ‘ରତ୍ନ ଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା’ବୋଲି ପ୍ରଶ୍ନ କରିଛନ୍ତି ଜେ.ପି ନଡ୍ଡା । ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ବିଜେପିକୁ ଭୋଟ ଦିଅନ୍ତୁ’ । ‘ଓଡ଼ିଶା ଉପରେ ବହୁତ ଅତ୍ୟାଚାର ହେଲାଣି’ । ’ଆଉ ଅତ୍ୟାଚାର ସହିବାନି, ବିଜେପିକୁ ଶାସନକୁ ଆଣିବା’ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’