Masthead

ଓଡ଼ିଶାର ଉନ୍ନତି ପାଇଁ ଡବଲ ଇଂଜିନ ସରକାର ଦରକାର: ଅମିତ ଶାହ

ରାଉରକେଲା(ବଡ଼ ଖବର ବ୍ୟୁରୋ): ରାଉରକେଲାରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ବକ୍ତବ୍ୟ । ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଟାର୍ଗେଟ କଲେ ଅମିତ ଶାହ । ନବୀନ ବାବୁଙ୍କ ଶାସନକୁ ଅଫିସର ଚଳାଉଛନ୍ତି । ଓଡ଼ିଶାରେ ଆଦିବାସୀଙ୍କ ଜମିକୁ ହଡ଼ପ କରାଯାଉଛି । ନବୀନ ବାବୁ ଓଡ଼ିଶାର ଉନ୍ନତି କରିପାରିବେନି । ଓଡ଼ିଶାର ଉନ୍ନତି ପାଇଁ ଡବଲ ଇଂଜିନ ସରକାର ଦରକାର । ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି । ବିଜେପି ସରକାର ଆସିଲେ ଚାଷୀଙ୍କୁ ଉପଯୁକ୍ତ ପ୍ରାପ୍ୟ ମିଳିବ ବୋଲି କହିଛନ୍ତି ଅମିତ ଶାହ । ବିଜେପି ସରକାର ଆସିଲେ ଆୟୁଷ୍ମାନ ଭାରତ ଲାଗୁ ହେବ । ମୋଦିଜୀ ପ୍ରତି ବ୍ୟକ୍ତିଙ୍କୁ ୫ କଜେି ଚାଉଳ ଦେଉଛନ୍ତି । ନବୀନ ବାବୁ ଉକ୍ତ ଚାଉଳକୁ ନିଜ ବ୍ୟାଗ୍‌ରେ ଭର୍ତ୍ତି କରି ଦେଉଛନ୍ତି । ଲୋକ ବ୍ୟାଗ୍‌ ଖାଇବେନି, ହିମ୍ମତ ଅଛି ତ ଆଉ ୨ କେଜି ଚାଉଳ ଦିଅ ବୋଲି କହିଛନ୍ତି ଅମିତ ଶାହ । ଓଡ଼ିଶାକୁ ନକ୍ସଲବାଦରୁ ମୁକ୍ତି କରିବା କାମ କରିଛନ୍ତି ମୋଦି ।

ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଗୌରବକୁ ପୁନଃ ପ୍ରତିଷ୍ଠା କରିବ ନିର୍ବାଚନ । କଂଗ୍ରେସ ଏଯାଏ କୌଣସି ଆଦିବାସୀଙ୍କୁ ରାଷ୍ଟ୍ରପତି କରିନି । ବିଜେପି ଓଡ଼ିଶାର ଜଣେ ଆଦିବାସୀ ଝିଅଙ୍କୁ ରାଷ୍ଟ୍ରପତି କରିଛି । ଓଡ଼ିଶାର ଶାସନ ଓଡ଼ିଆରେ ନା ତାମିଲରେ ଚାଲିବ, କହନ୍ତୁ । ପ୍ରଭୁ ଜଗନ୍ନାଥଙ୍କ ସବୁ ଦ୍ୱାର ଖୋଲା ଯାଉନାହିଁ। ପରିକ୍ରମା ନାଁରେ ଏହାକୁ ପର୍ଯ୍ୟଟନ କ୍ଷେତ୍ର କରାଯାଉଛି । ପ୍ରଭୁ ଜଗନ୍ନାଥଙ୍କ ସଂସ୍କୃତିକୁ ଅପମାନିତ କରାଯାଉଛି। ରତ୍ନଭଣ୍ଡାର ଅସଲି ଚାବି କୁଆଡ଼େ ଗଲା କହନ୍ତୁ ନବୀନ ବାବୁ  । ତଦନ୍ତ କମିଶନ ରିପୋର୍ଟ କାହିଁକି ଚପା ଯାଇଛି। ବିଜେପି ସରକାର ଆସିଲେ ମାସକରେ ରିପୋର୍ଟ ସାର୍ବଜନୀନ ହେବ ବୋଲି କହିଛନ୍ତି ଅମିତ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ