Masthead

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକ ପରେ ରାଜ୍ୟରେ ୨ୟ ପର୍ଯ୍ୟାୟ ମତଦାନ । ଏଥିପାଇଁ ଆଜି ସରୁଛି ପ୍ରଚାର । ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ । ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂଦେଓ, ନିରଂଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ ଅମାତଙ୍କ ଭଳି ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ । ଦ୍ୱିତୀୟ ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ତତ୍‌ଅଧୀନରେ ଆସୁଥିବା ୩୫ ଆସନରେ ମତଦାନ ହେବ ।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୁନ୍ଦରଗଡ଼ ବଣାଇ ଓ ରାଜଗାଙ୍ଗପୁରରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ସେପଟେ ବିଜେପି ସାଂସଦ ହେମାମାଳିନୀ ଆଜି ଅନୁଗୁଳ, ପାଲଲହଡ଼ା ଓ ଦେବଗଡ଼ରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ରମନ୍ତ୍ରୀ ଭୂପିନ୍ଦର ସିଂ ଯାଦବ ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିର ମୁରିବାହାଲରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଏପଟେ ରାଜ୍ୟ ନିର୍ବାଚନୀ ପ୍ରଭାରୀ ବିଜୟ ପାଲ ସିଂ ତୋମାର ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ଜନସଭାରେ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଥିବାବେଳେ ଦେଶରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର । ଆସନ୍ତା ୨୦ ତାରିଖରେ ହେବ ଭୋଟ୍‌ ଗ୍ରହଣ । ତେଣୁ ଆଜି ଶେଷ ଦିନରେ ପ୍ରଚାର କାର୍ଯ୍ୟକୁ ଜୋରଦାର କରିବେ ବିଭିନ୍ନ ରାଜନୈତିକ ଦଳ । ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ସିଟ୍ ପାଇଁ ୫ମ ପର୍ଯ୍ୟାୟରେ ହେବ ମତଦାନ । ଏହି ପର୍ଯ୍ୟାୟରେ ମୋଟ ୬୯୫ ଜଣ ପ୍ରାର୍ଥୀ ସେମାନଙ୍କ ଭାଗ୍ୟ ପରୀକ୍ଷା କରିବେ । ବିହାରର ୫ ଆସନ, ଜାମ୍ମୁ ଓ କାଶ୍ମୀରର ୧, ଝାଡ଼ଖଣ୍ଡର ୩, ଲଦାଖର ୧, ମହାରାଷ୍ଟ୍ରର ୧୩, ଉତ୍ତରପ୍ରଦେଶର ୧୪ ଆସନ, ପଶ୍ଚିମବଙ୍ଗର ୭ ଆସନ ସମେତ ଓଡ଼ିଶାର ୫ ଆସନରେ ମତଦାନ ହେବ । ଏହି ପର୍ୟ୍ୟାୟରେ ହେଭିୱେଟଙ୍କ ମଧ୍ୟରେ ରହିଛନ୍ତି, ଉତ୍ତର ମୁମ୍ବାଇରୁ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ, ମୁମ୍ବାଇ ନର୍ଥ ସେଣ୍ଟ୍ରାଲରୁ ବିଜେପି ପ୍ରାର୍ଥୀ ଉଜ୍ଜଳ ନିକମ, କଂଗ୍ରେସ ପ୍ରାର୍ଥୀ ରାହୁଲ ଗାନ୍ଧୀ, ବିଜେପିର ରାଜନାଥ ସିଂ, ସ୍ମୃତି ଇରାନୀ ଭଳି ହେଭିୱେଟ୍‌ ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼