Masthead

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାର ସମସ୍ତ ବୁଥରେ ୧୪୪ ଧାରା ଜାରି

ବାଲିଗୁଡା(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲାର ସମସ୍ତ ବୁଥର ୨୦୦ ମିଟର ପରିଧି ମଧ୍ୟରେ ୧୪୪ ଧାରା ଜାରି କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଆଶିଷ ଈଶ୍ୱର ପାଟିଲ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏନେଇ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲାର ମୋଟ ୬୬୦ ବୁଥରେ ଏହି ନିର୍ଦ୍ଦେଶ ଲାଗୁ ହୋଇଛି ବୋଲି ଡିଆଇପିଆରଓ ପ୍ରଭାକର ମହାରଣା ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କୌଣସି ଅପରାଧ ଘଟାଇବାର ଅସ୍ତ୍ରଶସ୍ତ୍ର ସାଙ୍ଗରେ ନେବା ଉପରେ କଟକଣା ଲାଗିଛି । ୧୮ ତାରିଖ ଅପରାହ୍ନ ୫ଟା ଠାରୁ ୨୧ ତାରିଖ ମଙ୍ଗଳବାର ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ପୋଲିଂ ବୁଥ ଠାରୁ ୨୦୦ ମିଟର ମଧ୍ୟରେ ପୋଲିଂ ଅଧିକାରୀ, ପୋଲିସ ଅଧିକାରୀ ଓ ଭୋଟରଙ୍କ ବ୍ୟତୀତ ଅନ୍ୟମାନେ ଉପସ୍ଥିତ ରହିବେ ନାହିଁ । ସେଥିପାଇଁ କନ୍ଧମାଳ ଜିଲ୍ଲାପାଳ ୧୪୪ ଜାରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ