Masthead

ବିଜେଡି ଛାଡ଼ିଲେ ସମୀର ଦାଶ: ଭିଡିଓ ବାର୍ତ୍ତା ମାଧ୍ୟମରେ ଦେଲେ ସୂଚନା

ନିମାପଡ଼ା(ବଡ଼ ଖବର ବ୍ୟୁରୋ):ବିଜେଡି ଛାଡିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ସମୀର। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର । ଦଳ ଛାଡ଼ିଥିବା ନେଇ ଭିଡିଓ ବାର୍ତ୍ତା ମାଧ୍ୟମରେ ଦେଲେ ସୂଚନା । ନିର୍ବାଚନ ପୂର୍ବରୁ ବିଜେଡିକୁ ଆଉ ଏକ ଝଟ୍‌କା ଲାଗିଛି। କିଛି ଦିନ ଧରି ଦଳ ଡିଆଁ ପର୍ବ ଚାଲିଥିବା ବେଳେ ଏହାରି ଭିତରେ ଇସ୍ତଫା ଦେଇଛନ୍ତି ସମୀର।ବିଜେଡିର ଜଣେ ଟାଣୁଆ ନେତା ଭାବେ ବେଶ୍ ଜଣାଶୁଣା ଥିଲେ ସମୀର ରଞ୍ଜନ ଦାଶ ।

ସେ ଏଥର ନିମାପଡାରୁ ଟିକେଟ୍ ଆଶାୟୀ ଥିଲେ। ମାତ୍ର ଏଥର ତାଙ୍କର ଟିକେଟ୍ କାଟିଥିଲା ବିଜେଡି । ଯାହାକୁ ନେଇ ସେ ଅନସ୍ତୁଷ୍ଟ ଥିଲେ। ନିଷ୍ପତ୍ତିର ପୁନର୍ବିଚାର ପାଇଁ ବାରମ୍ବାର ଶକ୍ତି ପ୍ରଦର୍ଶନ ମଧ୍ୟ କରିଥିଲେ। ମାତ୍ର ଦଳ ଏହାର ପୁନର୍ବିଚାର କରିନଥିଲା।ଭିଡିଓ ବାର୍ତ୍ତାରେ ଇସ୍ତଫାର କାରଣ କହିଲେ ସମୀର ଦାଶ। ବିଜେଡି ନେତା ମୋ ଉପରେ ଆସ୍ଥା ହରାଇଛନ୍ତି। ଗୋପ ବିଜେଡି ସଂଗଠନ ଉପରେ ବି ଆସ୍ଥା ହରାଇଛନ୍ତି । ନେତା ଆସ୍ଥା ହରାଇଥିବାରୁ ଦଳରେ ରହିବା ଠିକ୍‌ ନୁହଁ ବୋଲି କହିଛନ୍ତି ସମୀର। ତେଣୁ ଦଳ ଛାଡ଼ିଲି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼