ଓଡ଼ିଶାକୁ ପୁଣି ବାତ୍ୟା ଭୟ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଚଳିତ ବର୍ଷର ପ୍ରଥମ ବାତ୍ୟା । ଏନେଇ ଆଶଙ୍କା ପ୍ରକାଶ କରିଛନ୍ତି ପାଣିପାଗ ବିଶେଷଜ୍ଞ । ୨୦ରୁ ୨୧ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ଲଘୁଚାପର ରୂପ ନେଇ ଅଧିକ ଘନିଭୂତ ହେବା ସହ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ୨୪ କିମ୍ବା ୨୫ ତାରିଖ ବେଳକୁ ଏହା ଓଡ଼ିଶା କିମ୍ବା ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ନେଇ ଆଶଙ୍କା ପ୍ରକାଶ ପାଇଛି ।

ସେପଟେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ କହିଛନ୍ତି ବାତ୍ୟା ଆକଳନ କରାଯାଇନି । ଆସନ୍ତା ୨୨ ତାରିଖ ପାଖାପାଖି ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଲଘୁଚାପ ସୃଷ୍ଟି ହୋଇ ଉତ୍ତରପୂର୍ବ ଦିଗକୁ ଗତି କରିପାରେ । ୨୪ ତାରିଖ ପାଖାପାଖି ଏହା ଅବପାତର ରୂପ ନେଇପାରେ । ଏଯାବତ୍ କୌଣସି ବାତ୍ୟା ଆକଳନ କରାଯାଇନି । କେହି ଭୟଭୀତ ହୁଅନ୍ତୁନି ବୋଲି କହିଛନ୍ତି ମନୋରମା ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ