Masthead

ଅଧା ବାଟରେ ରହିଗଲା ଆମ୍ବୁଲାନ୍ସ, ମେଡିକାଲକୁ ଯାଇ ନପାରି ଘରେ ପ୍ରସବ କଲେ ମହିଳା

ରାଇଘର (ବଡ଼ ଖବର ବ୍ୟୁରୋ): ଥମୁନି ଜନନୀ ଯନ୍ତ୍ରଣା । ଅଧା ବାଟରେ ରହିଗଲା ଆମ୍ବୁଲାନ୍ସ । ମେଡିକାଲକୁ ଯାଇ ନପାରି ଘରେ ହେଲେ ପ୍ରସବ । ପ୍ରସବ ପରେ ମହିଳାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା। ଅନ୍ୟପଟେ ଗାଁକୁ ପକ୍କା ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଗାଁ ଠାରୁ ୫ଶହ ମିଟର ଦୂରରେ ଅଟକି ଯାଇଥିଲା। ପରେ ପ୍ରସୂତିଙ୍କୁ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଅଣାଯିବା ପରେ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖୁବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଗୁରୁସିଙ୍ଗା ପଞ୍ଚାୟତର ବନୁଗୁଡ଼ା ଗ୍ରାମରେ।

ସୂଚନା ଅନୁଯାୟୀ, ବନୁଗୁଡ଼ା ଗ୍ରାମର ନକୁଳ ସାନ୍ନାଙ୍କ ପତ୍ନୀ ବେଲବତୀ ସାନା ଗତ କାଲି ଅପରାହ୍ନରେ ପ୍ରସବ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ଜାଣିବା ପରେ ପରିବାର ଲୋକେ ତୁରନ୍ତ ସ୍ଥାନୀୟ ଆଶାକର୍ମୀ ତୁଳସୀ ମୁଦୁଲି ଓ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଖବର ପାଇବା ମାତ୍ରେ ଆମ୍ବୁଲାନ୍ସ ବନୁଗୁଡ଼ା ଅଭିମୁଖେ ବାହାରିଥିଲା । କିନ୍ତୁ ଗାଁକୁ ରାସ୍ତା ନଥୁବାରୁ ଗାଁ ଠାରୁ ୫ଶହ ମିଟର ଦୂରରେ ଆମ୍ବୁଲାନ୍ସ ଯାଇଥିଲା। ଇତି ମଧ୍ୟରେ ପ୍ରସବ ବେଦନାରେ ଛଟପଟ ହେଉଥିବା ବେଲମତୀ ନିଜ ଘରେ ହିଁ ଏକ ଶିଶୁକନ୍ୟା ଜନ୍ମ ଦେଇଥିଲେ। ଅନ୍ୟପଟେ ଆମ୍ବୁଲାନ୍ସ କର୍ମଚାରୀ ଷ୍ଟ୍ରେଚର ଧରି ଗାଁରେ ପହଞ୍ଚିଥିଲେ।

ପ୍ରସବ ପରେ ବେଲମତୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଦେଖ୍ ଗ୍ରାମର ଚନ୍ଦ୍ର ସାନ୍ତା, ଘାସି ସାନ୍ତି, ନକୁଳ ସାନ୍ତି ଓ ଗୁରୁନାଥ ସାନ୍ତି ପ୍ରମୁଖ ମୋବାଇଲ ଲାଇଟ୍ ଯୋଗେ ଷ୍ଟେଚରରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇଥିଲେ। ପରେ ବେଲମତୀଙ୍କୁ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ପ୍ରସୂତି ଓ ନବଜାତ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥୂବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା