Masthead

ଜୁନ ୧୫ରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ । ପ୍ରଭାବରେ ନିକୋବର ଆଣ୍ଡାମାନ ସାଗର ଦ୍ୱୀପରେ ବର୍ଷା ଜାରି , ଜୁନ ୧୫ରେ ଓଡ଼ିଶା ଛୁଇଁବା ସମ୍ଭାବନା  ।  ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଚଳିତ ବର୍ଷର ପ୍ରଥମ ବାତ୍ୟା । ଏନେଇ ଆଶଙ୍କା ପ୍ରକାଶ କରିଛନ୍ତି ପାଣିପାଗ ବିଶେଷଜ୍ଞ । ସେପଟେ ଲୋକଙ୍କୁ ଭୟଭିତ ନହେବାକୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।

ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ । ସେପଟେ ୨୧ ତାରିଖ ଯାଏ ପଶ୍ଚିମ ଏବଂ ଆଭ୍ୟନ୍ତରିଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଛି । ସ୍ୱାଭାବିକଠାରୁ ତାପମାତ୍ରର ୨ରୁ ୪ ଡିଗ୍ରୀ ଅଧିକ ରହିବା ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୨୧ ତାରିଖରେ ରାଜ୍ୟରେ କିଛି ସ୍ଥାନରେ କାଳବୈଶାଖୀ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି