Masthead

୧୦ ଜୁନ୍‌ରେ ଓଡ଼ିଶାରେ ଡବଲ ଇଂଜିନ ସରକାର: ପ୍ରଧାନମନ୍ତ୍ରୀ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜନସଭାରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେଡି ସରକାରକୁ ଟାର୍ଗେଟ କରି ମୋଦି କହିଛନ୍ତି, ଓଡ଼ିଶାର ବିକାଶ ଓଡ଼ିଶା ମାଟିର ପୁଅ ହିଁ କେବଳ କରିପାରିବ । ବିଜେପିକୁ ଭୋଟ ଦିଅନ୍ତୁ, ମୋଦି ଆଜି ଗ୍ୟାରେଣ୍ଟି ଦେଉଛି । ଓଡ଼ିଶାର ପୁଅ କିମ୍ବା ଝିଅକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବ । ୧୦ ଜୁନ୍‌ରେ ଓଡ଼ିଶାରେ ଡବଲ ଇଂଜିନ ସରକାରର ଶପଥ ଗ୍ରହଣ । ଏ ସରକାର ଯିବା ନିଶ୍ଚିତ ବୋଲି କହିଲେ ପ୍ରଧାନମନ୍ତ୍ରୀ । ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଧାନ ପଇସା ବ୍ୟାଙ୍କ ଖାତାରେ ମିଳିଯିବ । କଟନୀଛଟନୀରୁ ମୁକ୍ତି ଦେବାକୁ ମଣ୍ଡିରେ ଇଲେକ୍ଟ୍ରି ମେସିନ ଲାଗିବ ।

ବିଜେଡିର କଳାକାରନାମାର ଚିଠା ସାମ୍ନାକୁ ଆସିଗଲାଣି । ବିଜେଡି ସରକାର ବନଜାତ ଦ୍ରବ୍ୟର ପ୍ରକୃତ ମୂଲ୍ୟ ମଧ୍ୟ ଦେଉନି । ଆଦିବାସୀଙ୍କ ପାଇଁ ପେସା ଆଇନ ମଧ୍ୟ ଲାଗୁ କରୁନି ନବୀନ ସରକାର । ବିଜେଡି ସରକାର ପାଇଁ ଘର ଚଳାଇବା ମହିଳାଙ୍କ ପାଇଁ ମୁସ୍କିଲ ହେଉଛି । ଆପଣଙ୍କ ଘର ପାଇଁ ମୋଦି ସରକାର ଚାଉଳ ଦେଉଛି । ଏଠି କିନ୍ତୁ ବିଜେଡି ସରକାର ସେଥିରେ ନିଜ ଫଟୋ ଲଗାଇ ଛାଡ଼ୁଛନ୍ତି । ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିଷ୍ପତ୍ତି ହୋଇଛି । ପିଏମ୍‌ ସୂର୍ଯ୍ୟକିରଣ ଯୋଜନାରେ ବିଜୁଳି ବିଲ୍‌ ସଂପୂର୍ଣ୍ଣ ମାଗଣା ହେବ । ବ୍ୟବହାର ପରେ ବାକି ବିଜୁଳି ବିକି ଆପଣଙ୍କ ପରିବାର ସମୃଦ୍ଧ ହେବ । ସାଂସଦ ସହ ବିଧାୟକଙ୍କୁ ଜିତାଇ, ରାଜ୍ୟରେ ବିଜେପି ସରକାର କରନ୍ତୁ ବୋଲି କହିଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼