Masthead

୧୦ ଜୁନ୍‌ରେ ଓଡ଼ିଶାରେ ଡବଲ ଇଂଜିନ ସରକାର: ପ୍ରଧାନମନ୍ତ୍ରୀ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜନସଭାରେ ବର୍ଷିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେଡି ସରକାରକୁ ଟାର୍ଗେଟ କରି ମୋଦି କହିଛନ୍ତି, ଓଡ଼ିଶାର ବିକାଶ ଓଡ଼ିଶା ମାଟିର ପୁଅ ହିଁ କେବଳ କରିପାରିବ । ବିଜେପିକୁ ଭୋଟ ଦିଅନ୍ତୁ, ମୋଦି ଆଜି ଗ୍ୟାରେଣ୍ଟି ଦେଉଛି । ଓଡ଼ିଶାର ପୁଅ କିମ୍ବା ଝିଅକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବ । ୧୦ ଜୁନ୍‌ରେ ଓଡ଼ିଶାରେ ଡବଲ ଇଂଜିନ ସରକାରର ଶପଥ ଗ୍ରହଣ । ଏ ସରକାର ଯିବା ନିଶ୍ଚିତ ବୋଲି କହିଲେ ପ୍ରଧାନମନ୍ତ୍ରୀ । ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଧାନ ପଇସା ବ୍ୟାଙ୍କ ଖାତାରେ ମିଳିଯିବ । କଟନୀଛଟନୀରୁ ମୁକ୍ତି ଦେବାକୁ ମଣ୍ଡିରେ ଇଲେକ୍ଟ୍ରି ମେସିନ ଲାଗିବ ।

ବିଜେଡିର କଳାକାରନାମାର ଚିଠା ସାମ୍ନାକୁ ଆସିଗଲାଣି । ବିଜେଡି ସରକାର ବନଜାତ ଦ୍ରବ୍ୟର ପ୍ରକୃତ ମୂଲ୍ୟ ମଧ୍ୟ ଦେଉନି । ଆଦିବାସୀଙ୍କ ପାଇଁ ପେସା ଆଇନ ମଧ୍ୟ ଲାଗୁ କରୁନି ନବୀନ ସରକାର । ବିଜେଡି ସରକାର ପାଇଁ ଘର ଚଳାଇବା ମହିଳାଙ୍କ ପାଇଁ ମୁସ୍କିଲ ହେଉଛି । ଆପଣଙ୍କ ଘର ପାଇଁ ମୋଦି ସରକାର ଚାଉଳ ଦେଉଛି । ଏଠି କିନ୍ତୁ ବିଜେଡି ସରକାର ସେଥିରେ ନିଜ ଫଟୋ ଲଗାଇ ଛାଡ଼ୁଛନ୍ତି । ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିଷ୍ପତ୍ତି ହୋଇଛି । ପିଏମ୍‌ ସୂର୍ଯ୍ୟକିରଣ ଯୋଜନାରେ ବିଜୁଳି ବିଲ୍‌ ସଂପୂର୍ଣ୍ଣ ମାଗଣା ହେବ । ବ୍ୟବହାର ପରେ ବାକି ବିଜୁଳି ବିକି ଆପଣଙ୍କ ପରିବାର ସମୃଦ୍ଧ ହେବ । ସାଂସଦ ସହ ବିଧାୟକଙ୍କୁ ଜିତାଇ, ରାଜ୍ୟରେ ବିଜେପି ସରକାର କରନ୍ତୁ ବୋଲି କହିଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ