ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ପଡ଼ିଲା ଭୋଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସରିଲା ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଦ୍ୱିତୀୟ ପର୍ଯ୍ୟାୟରେ ୬୭.୫୯ ପ୍ରତିଶତ ମତଦାନ । ୫ ସଂସଦୀୟ କ୍ଷେତ୍ର ଓ ଏହା ଅଧିନସ୍ଥ ୩୫ ବିଧାନସଭା ଆସନରେ ମନ ପସନ୍ଦର ପ୍ରତିନିଧି ବାଛିଲେ ଭୋଟର । ଦେଶରେ ୫ମ ପର୍ୟ୍ୟାୟରେ ପ୍ରାୟ ୬୦.୦୯% ମତଦାନ ହୋଇଛି । ସେହିପରି ପଶ୍ଚିମବଙ୍ଗରେ ସର୍ବାଧିକ ୭୪. ୬୫ ପ୍ରତିଶତ ଭୋଟିଂ ହୋଇଛି । ଗତକାଲି ରାଜ୍ୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସମେତ ଏହା ଅଧିନରେ ଥିବା ସମସ୍ତ ୩୫ ବିଧାନସଭା ପାଇଁ ଭୋଟ୍ ପଡ଼ିଛି । ୩୦୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଓ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ