Masthead

ଇରାନ ରାଷ୍ଟ୍ରପତିଙ୍କ ବିୟୋଗ, ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କିଏ ହେବେ ଇରାନର ପରବର୍ତ୍ତୀ ରାଷ୍ଟ୍ରପତି। ଏହାକୁ ନେଇ ଜାରି ରହିଛି ସସପେନ୍ସ। ପଶ୍ଚିମ ଏସିଆରେ ସଙ୍କଟ ଜାରି ରହିଥିବାବେଳେ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ନିଧନ ଇରାନ ଲାଗି ସୃଷ୍ଟି କରିଛି ଚାଲେଞ୍ଜ। ଏହି ଦୁର୍ଘଟଣାରେ ରାଷ୍ଟ୍ରପତି ରାଇସି, ବୈଦେଶିକ ମନ୍ତ୍ରୀ ହୋସେନ ଅମିର ଆବଦୋଲହିଆନ ଓ ଅନ୍ୟ ୭ଜଣଙ୍କ ମୃତ୍ୟୁ ଘଟିଥିଲା। ଆସନ୍ତା ଜୁନ ୨୮ରେ ପରବର୍ତ୍ତୀ ରାଷ୍ଟ୍ରପତି ଲାଗି ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଦେଶରେ ରାଇସିଙ୍କ ବିୟୋଗରେ ୫ଦିନିଆ ରାଷ୍ଟ୍ରୀୟ ଶୋକ ଦିବସ ପାଳନ କରାଯାଇଛି।

ସେପଟେ ଇରାନର ତୁଙ୍ଗ ଆଣବିକ ବିଭାଗ କର୍ମକର୍ତ୍ତା ଅଲି ବାଘେରୀଙ୍କୁ କାମଚଳା ବୈଦେଶିକ ମନ୍ତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି। ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ରାଇସିଙ୍କ ମୃତ୍ୟୁରେ ରୁଷିଆ, ଚୀନ, ଜାତିସଂଘ, ଆମେରିକା ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି। ସେପଟେ ଇରାନରେ ୫ ଦିନିଆ ଶୋକ ଘୋଷଣା ହୋଇଛି । ଆଜି ଦିନିକିଆ ଶୋକ ପାଳୁଛି ଭାରତ । ଇରାନ୍ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁରେ ଆଜି ପାଇଁ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛି ଭାରତ। ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ପତାକାକୁ ଅର୍ଦ୍ଧନମିତ କରାଯିବା ଦେଶବ୍ୟାପି ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ ହେବ ବୋଲି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ