Masthead

ଓଡ଼ିଆ ଫିଲ୍ମ ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ଓଡ଼ିଆ ଫିଲ୍ମ ପ୍ରଯୋଜକ ବିଜୟ ପଟ୍ଟନାୟକ । ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ କଲେ ଶେଷ ନିଶ୍ୱାସ ତ୍ୟାଗ। ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି । ତାଙ୍କ ବିୟୋଗରେ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି । ବିଜୟ ପଟ୍ଟନାୟକ ଏକାଧାରାରେ ମଞ୍ଚ, ସିନେମା, ଏବଂ ଧାରାବାହିକ ଅଭିନୟ କରୁଥିଲେ । ନିଜର ନିଖୁଣ ଅଭିନୟ ଜରିଆରେ ଦର୍ଶକଙ୍କ ମନମୁଗ୍ଧ କରୁଥିଲେ ।

ଏପିରିକି ତାଙ୍କର ଚମତ୍କାର ଅଭିନୟକୁ କେହି କେହି ନୂଆ ଟ୍ରେଣ୍ଡ ସେଟର ବୋଲି କହୁଥିଲେ ।ତାଙ୍କ ନିଖୁଣ ଅଭିନୟ ପାଇଁ ସଙ୍ଗୀତ ଏକଡେମୀ ପକ୍ଷରୁ ମଧ୍ୟ ସମ୍ମାନିତ ହୋଇଛନ୍ତି । ନିଜ କ୍ୟାରିୟରରେ ସବୁବେଳେ ବଛା ବଛା ଫିଲ୍ମରେ ଅଭିନୟ କରିଥିଲେ । ହେଲେ ଏବେ ଆଉନାହାନ୍ତି ଏହି ବରିଷ୍ଠ ଅଭିନେତା ବିଜୟ ପଟ୍ଟନାୟକ । ଦୁଃଖର ସାଗରରେ ସମସ୍ତଙ୍କୁ ଭସାଇ ଆରପାରିକୁ ଚାଲିଗଲେ ବିଜୟ ପଟ୍ଟନାୟକ । ମାତ୍ର ୭୮ ବର୍ଷ ବୟସରେ ଆଖିବୁଝିଛନ୍ତି ବରିଷ୍ଠ ଅଭିନେତା ବିଜୟ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା