ଓଡ଼ିଶାକୁ କେବଳ ୪ ଶହ ପାର୍‌ ନୁହେଁ, ପଦ୍ମ ଫୁଟିବା ଦରକାର: ଅମିତ ଶାହ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଲେ ଅମିତ ଶାହ । କହିଛନ୍ତି ଓଡ଼ିଶାରେ ଓଡ଼ିଆ ଭାଷା ସଂସ୍କୃତି ଆଧାରରେ ସରକାର ହେବାକୁ ଯାଉଛି । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଆତ୍ମାକୁ ଆଜି ଶାନ୍ତି ମିଳୁଥିବ । ଏଥର ଓଡ଼ିଶାରେ ଡବଲ ଇଂଜିନ ସରକାର ହେବାକୁ ଯାଉଛି । ପାଞ୍ଚ ପର୍ଯ୍ୟାୟ ନିର୍ବାଚନ ସରିଗଲାଣି ।

ମୋଦି ୩ ଶହ ପାର୍‌ କରିଗଲେଣି । ସାତ ପର୍ଯ୍ୟାୟ ପରେ ୪ଶହ ପାର୍‌ ହୋଇଯାଇଥିବ । ଓଡ଼ିଶାକୁ କେବଳ ୪ ଶହ ପାର୍‌ ନୁହେଁ, ଏଠାରେ ବି ପଦ୍ମ ଫୁଟିବା ଦରକାର । ଓଡ଼ିଶାର କଳା, ସଂସ୍କୃତିର ସୁରକ୍ଷା ପାଇଁ ବିଜେପି ସରକାର ଦରକାର । ଓଡ଼ିଶା ସରକାର ପାଇକ ବିଦ୍ରୋହକୁ ଭୁଲିବାକୁ ବ୍ୟବସ୍ଥା କରୁଛି । ପ୍ରଧାନମନ୍ତ୍ରୀ ପାଇକ ବିଦ୍ରୋହ ସ୍ମରଣରେ ସ୍ୱତନ୍ତ୍ର ମୁଦ୍ରା ପ୍ରଚଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ