ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଫୋକସରେ ଓଡ଼ିଶା । ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଗସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ପୁଣି ଓଡ଼ିଶା ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ ।
୨୩ ତାରିଖରେ ପୁଣି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରଞ୍ଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ କରିବେ ସଭା । ସେହିପରି ଯୋଗୀ ଆଦିତ୍ୟନାଥ ଚିଲିକା ଓ ସାଲେପୁର କୁଳିଆରେ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ବିଜେପିର ବଡ଼ ବଡ଼ ଷ୍ଟାର ପ୍ରଚାରକଙ୍କ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ବିଜେପି କର୍ମକର୍ତ୍ତା।