ପ୍ରଥମ କ୍ୱାଲିଫାୟରେ ସନରାଇଜର୍ସକୁ ୮ ୱିକେଟରେ ହରାଇ ଫାଇନାଲରେ କୋଲକାତା

ଅହମ୍ମଦାବାଦର(ବଡ଼ ଖବର ବ୍ୟୁରୋ):ଆଇପିଏଲ ୨୦୨୪ରେ ଫାଇନାଲ ଟିକେଟ ହାତେଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ । ଏହା ଦଳ ପାଇଁ ଆଇପିଏଲ୍‌ ଇତିହାସରେ ଚତୁର୍ଥ ଫାଇନାଲ ମୁକାବିଲା ହେବ। ପ୍ରଥମ କ୍ୱାଲିଫାୟରରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହୋଇଥିଲେ। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍‌ କମିନ୍ସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଏହା ପରେ ଟିମ୍‌ କେକେଆର୍‌କୁ ୧୬୦ ରନ୍‌ର ଟାର୍ଗେଟ ଦେଇଥିଲା। ଏହାର ଜବାବରେ କୋଲକାତା ୮ ଉଇକେଟରେ ହାଇଦ୍ରାବାଦକୁ ପରାଜୟ କରିଛି ।

ବ୍ୟାଟିଂ କରିବାକୁ ଓହ୍ଲାଇଥିବା ହାଇଦ୍ରାବାଦ ଟିମ୍‌ର ଆରମ୍ଭ ବହୁତ ଖରାପ ରହିଥିଲା। ଦଳ ୩୯ ରନ୍‌ରେ ୪ ଉଇକେଟ ହରାଇଥିଲା। ଏହାପରେ ରାହୁଲ ତ୍ରିପାଠୀ ୩୫ ବଲ୍‌ରେ ୫୫ ଏବଂ ହେନରିକ କ୍ଲାସେନ ୨୧ ବଲ୍‌ରେ ୩୨ ରନ୍‌ର ଇନିଂସ ଖେଳି ଦଳକୁ ୧୫୯ ରନ୍‌ର ସମ୍ମାନଜନକ ସ୍କୋର ପର୍ୟ୍ୟନ୍ତ ପହଞ୍ଚାଇଥିଲେ। ଉଭୟ ଖେଳାଳିଙ୍କ ମଧ୍ୟରେ ୫ମ ଉଇକେଟ ପାଇଁ ୩୭ ବଲ୍‌ରେ ୬୨ ରନ୍‌ର ଭାଗିଦାରୀ ହୋଇଥିଲା। ଶେଷରେ କମିନ୍ସ ୩୦ ରନ୍‌ କରିଥିଲେ। ଏହାଛଡ଼ା ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ୨୦ ରନ୍‌ କରିପାରି ନ ଥିଲେ। ଅପରପକ୍ଷେ କେକେଆର୍‌ ବୋଲରମାନେ ଜବରଦସ୍ତ ବୋଲିଂ କରି ବିରୋଧୀ ଟିମ୍‌କୁ ଅଡ଼ୁଆରେ ପକାଇଥିଲେ। ମାଇକେଲ ଷ୍ଟାର୍କ ସର୍ବାଧିକ ୩ ଉଇକେଟ ନେଇଥିଲେ। ସେହିଭଳି କେକେଆର୍‌ ବ୍ୟାଟ୍ସମ୍ୟାନ୍‌ ଭାବେ ଶ୍ରେୟସ ୨୪ ବଲ୍‌ରେ ୫୮ ରନ୍‌(ଅପରାଜିତ) ଏବଂ ଭେଙ୍କଟେଶ ଆୟର ୨୮ ବଲ୍‌ରେ ୫୧ ରନ୍‌ କରିଥିଲେ।। ତେବେ ପ୍ରଥମ କ୍ୱାଲିଫାୟରରେ ପରାଜୟ ସତ୍ତ୍ୱେ ଦଳ ପାଖରେ ଆଉ ଏକ ସୁଯୋଗ ରହିବ। ଦଳକୁ କ୍ୱାଲିଫାୟର ୨ ଖେଳିବାକୁ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ