Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ।

ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ । ୨୪ ତାରିଖ ସକାଳ ବେଳକୁ ପବନର ବଗ ସମୁଦ୍ରରେ ଅଧିକ ରହିବ । ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ କେନ୍ଦ୍ରୀୟ ଓ ୨୪ରୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ପାକିସ୍ତାନ ପାଇଁ ଗୁଇନ୍ଦାଗିରୀ କରି ଗିରଫ ହେଲେ ଆଉ ଜଣେ ଭାରତୀୟ 🔴 ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ 🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍ 🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ପାକିସ୍ତାନ ପାଇଁ ଗୁଇନ୍ଦାଗିରୀ କରି ଗିରଫ ହେଲେ ଆଉ ଜଣେ ଭାରତୀୟ 🔴 ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ 🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍ 🔴 ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା