Masthead

କଣ୍ଟାମାଳ ବିଧାନସଭାରେ ଚାଲିଛି ସାନି ମତଦାନ

କନ୍ଧମାଳ(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ୱର ୨୬ ଓ ୨୮ରେ ସାନି ମତଦାନ ଚାଲିଛି। ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି ଭୋଟିଂ। ଅପରାହ୍ନ ୪ଟା ଯାଏ ମତଦାନ ଚାଲିବ। ଦୁଇଟି ବୁଥରେ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହୋଇଛନ୍ତି ୪ଜଣ ମାଜିଷ୍ଟ୍ରେଟ।

ବ୍ୟାପକ ପୁଲିସ ମଧ୍ୟ ଫୋର୍ସ ମୃତୟନ ହୋଇଛନ୍ତି। କଣ୍ଟାମାଳ ନିର୍ବାଚନମଣ୍ଡଳୀର ଦୁଇଟି ବୁଥରେ ଭୋଟରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କୁହାଯାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ସାନି ମତଦାନ ପାଇଁ ଦାବି କରିଥିଲେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ।

ଏପରିକି ପୁଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା ଏବଂ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା। ସୂଚନାଯୋଗ୍ୟ, ୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା। ତେବେ ଏହି ଦୁଇ ବୁଥରେ ମତଦାନକୁ ନେଇ ଅଭିଯୋଗ ହେବାପରେ ନିର୍ବାଚନ କମିଶନ ଅନୁରୂପ ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର