Masthead

୨୫ ସୁଦ୍ଧା ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସାଇକ୍ଲୋନ । ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ଆଜି ସୁଦୃଶ ଲଘୁଚାପରେ ପରିଣତ ହୋଇଛି ।

୨୫ ସକାଳ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ପରେ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା ଭାବେ ବାଙ୍ଗଲାଦେଶ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଂଚିବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨୭ ତାରିଖ ଯାଏଁ କେନ୍ଦ୍ରୀୟ ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ତେବେ ବାତ୍ୟାରେ ଓଡିଶାକୁ ସିଧାସଳଖ ପ୍ରଭାବ ନାହିଁ । ୨୩, ୨୪ ଓ ୨୫ ତାରିଖରେ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

୨୬ ତାରିଖରେ ଉତର ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତର ଓଡିଶାରେ ବର୍ଷା ହେବ । ବାଲେଶ୍ୱର, ମୟୁରଭଂଜରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ