Masthead

କାଲି ସକାଳ ସୁଦ୍ଧା ବାତ୍ୟା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହେଲା । ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ । କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ । କାଲି ସନ୍ଧ୍ୟା ସୁଦ୍ଧା ଘନୀଭୂତ ହୋଇ ଭୀଷଣ ବାତ୍ୟା ସମ୍ଭାବନା । ଏନେଇ ପାଣିପାଗ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଓଡ଼ିଶା ଉପରେ ସେପରି ପ୍ରଭାବ ନ ଥିବା ପୂର୍ବରୁ ସ୍ପଷ୍ଟ କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପରେ ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ୨୪ ତାରିଖରୁ ୨୭ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧା ସଳଖ ରହିବ ନାହିଁ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି