Masthead

ରାଜ୍ୟରେ ବାତ୍ୟା ‘ରେମାଲ’ର ପ୍ରଭାବ, ବର୍ଷା ସହ ଘଣ୍ଟାକୁ ୮୦ କିମି ପବନ ବହିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତ୍ୟାର ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇଗଲାଣି । ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା , ପବନ । ବାତ୍ୟା ‘ରେମଲ’ ଅବପାତର ରୂପ ନେଲାଣି। ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ବାଲେଶ୍ୱର ଜିଲାରେ ବର୍ଷା ପବନ ଆରମ୍ଭ ହୋଇଯାଇଛି । ଅବପାତ ପ୍ରଭାବରେ ଭୋଗରାଇରେ ବର୍ଷା ହେବା ସହ ପବନ ମଧ୍ୟ ହେଉଛି। ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଶନିବାର ସକାଳ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ ।

ପରେ ୨୬ ତାରିଖ ମଧ୍ୟରାତ୍ରୀ ସୁଦ୍ଧା ବାଂଲାସାଗର ଦ୍ୱୀପ ଓ ଖେପୁପାରା ମଧ୍ୟଦେଇ ବାତ୍ୟା ସ୍ଥଳଭାଗ ଛୁଇଁବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେବା ସହିତ ଏହା ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ଏହା ବାଂଲାଦେଶ ଉପକୂଳ ଆଡକୁ ଗତି କରୁଛି । ଏହାର ପ୍ରଭାବ ଦେଖିବାକୁ ମିଳିଛି । ସାମ୍ଭାବ୍ୟ ଭୀଷଣ ବାତ୍ୟାର ପ୍ରଭାବ ଓଡ଼ିଶାରେ ସିଧା ସଳଖ ନପଡିଲେ ବି ଏହାର ପରୋକ୍ଷ ପ୍ରଭାବ ରହିବ । ଏଥିପାଇଁ ରାଜ୍ୟର ୪ ଟି ଯାକ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଦିଆଯାଇଛି।

ଓଡ଼ିଶା ଉପକୂଳରେ ୨୫ ତାରିଖରେ ୪୦ ରୁ ୫୦ କିମି ବେଗରେ ପବନ ବହିବ। ଝଟକା ପବନ ୬୦ କିମି ରହିବ। ୨୬ ସକାଳେ ବୃଦ୍ଧି ପାଇଁ ପବନର ବେଗ ଘଣ୍ଟା ପ୍ରତି ୮୦ କିମି ରହିବ। ୨୫ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ରେ ପ୍ରବଳ ବର୍ଷା ହେବ।୨୬ ରେ ଭଦ୍ରକ ଓ ବାଲେଶ୍ୱର ରେ ଅତି ପ୍ରବଳ ବର୍ଷା ସହ ମୟୁରଭଞ୍ଜ ଓ କେନ୍ଦ୍ରାପଡା ରେ ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶାର କିଛି ପକେଟ୍ ରେ ବର୍ଷା ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି